ଭାଜପା ଆସିଲେ ଚୌଦ୍ୱାରରେ ଶିଳ୍ପ ଖୋଲିବ: ମନମୋହନ

ମଙ୍ଗୁଳି-ଜଗତପୁର,୧୨ା୨(ମାନସ ସାମଲ):ଚୌଦାର-କଟକ ନିର୍ବାଚନ ମଣ୍ଡଳୀ ଭାଜପା ପକ୍ଷରୁ ନଖରା ପଞ୍ଚାୟତସ୍ଥିତ ହାଟପଡ଼ିଆରେ ମିଶ୍ରଣ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି। ଶାଳଗଁା ସରପଞ୍ଚ ପବିତ୍ର ଉପାଧ୍ୟାୟଙ୍କ ନେତୃତ୍ୱରେ ନୁଣ୍ଟିଗିରି ଛକ ନିକଟରେ ୩୦୦୦ରୁ ଊର୍ଦ୍ଧ୍ୱ ଯୁବକ ଏକତ୍ରିତ ହୋଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସ୍ବାଗତ କରିଥିଲେ। ପରେ ତାଙ୍କୁ ବାଇକ ଶୋଭାଯାତ୍ରାରେ ନେଇ ହାଟ ପଡିଆରେ ପହଞ୍ଚିଥିଲେ। ସେଠାରେ ଆୟୋଜିତ ମିଶ୍ରଣ ପର୍ବରେ ମନମୋହନ କହିଛନ୍ତି, ଯଦି ଆଗାମୀ ଦିନରେ ରାଜ୍ୟରେ ଭାଜପା ସରକାର ଆସେ ତା’ହେଲେ ଚୌଦ୍ୱାରରେ ପୁଣି ଶିଳ୍ପ ଖୋଲିବା ସହ ଲୋକଙ୍କ ପାଇଁ କର୍ମ ନିଯୁକ୍ତି ସୃଷ୍ଟି କରାଯିବ। କୃଷିଭିତ୍ତିକ ଶିଳ୍ପ କରାଯାଇ ଧାନ କୁଇଣ୍ଟାଲ ପିଛା ଅଧିକ ୧୦୦୦ ଟଙ୍କା ଦିଆଯିବ। ଏଥିସହ ଶୀତଳଭଣ୍ଡାରର ଅଭାବ ରହିବ ନାହିଁ ବୋଲି ସେ କହିଛନ୍ତି। ଏଥିରେ ସମ୍ମାନିତ ଅତିଥି ଭାବେ ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅବିନାଶ ଚନ୍ଦ୍ର ପଣ୍ଡା, ଜିଲା ସଭାପତି ପ୍ରକାଶ ଚନ୍ଦ୍ର ବେହେରା, ନୟନ କିଶୋର ମହାନ୍ତି, ପୂର୍ବତନ ଜିଲା ସଭାପତି ହେମନ୍ତ ଚୌଧୁରୀ, ପୂର୍ବତନ ରାଜ୍ୟ ମହିଳା ମୋର୍ଚ୍ଚା ସଭାପତି ସ୍ମୃତି ପଟ୍ଟନାୟକ, ଶୁଭ୍ରାଂଶୁ ଷଡ଼ଙ୍ଗୀ, ନଖରା ସରପଞ୍ଚ ମଧୁଛନ୍ଦା ଉପାଧ୍ୟାୟ ଯୋଗଦେଇଥିଲେ। ପବିତ୍ର ଉପାଧ୍ୟାୟଙ୍କ ନେତୃତ୍ୱରେ ଆଗ୍ରାହାଟ, ନଖରା, ବାଣୀପଦା, କୟଳପଡ଼ା, କଖଡି ପଞ୍ଚାୟତ ସମେତ ଚୌଦ୍ୱାର ପୌରପାଳିକା ଅଧୀନ ୧୯ଟି ୱାର୍ଡର ୩୦୦୦ରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ ଭାଜପା ରାଜ୍ୟ ସଭାପତିଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri