ଭାରତ ବନ୍ଦର ପ୍ରଭାବ: ଯାନବାହନ ଚଳାଚଳ ବନ୍ଦ

ବାଲେଶ୍ୱର ଅଫିସ,୨୭।୯: ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ସୋମବାର ୧୦ ଘଣ୍ଟିଆ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସରକାରୀ ଓ ବେସରକାରୀ ଅଫିସ ସମେତ ଯାନବାହନ ଚଳାଚଳ ବନ୍ଦ ରହିଛି।
କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ ଏହି ୧୦ ଘଣ୍ଟିଆ ଭାରତ ବନ୍ଦକୁ କଂଗ୍ରେସ, ବାମ ଦଳ ସମେତ ବିଭିନ୍ନ ରାଜନୈତିକ ଦଳ, କୃଷକ ସଂଗଠନ, ସାମାଜିକ ସଂଗଠନ ସମର୍ଥନ ଦେଇଇଛନ୍ତି। ପୂର୍ବାହ୍ନ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ସମୟରେ ଯେପରି କେଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ସେଥିଲାଗି ସାରା ଜିଲାରେରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

Share