୨୧ ଯାଏ ପ୍ରଚଣ୍ଡ ରୌଦ୍ରତାପ

ଭୁବନେଶ୍ୱର,୧୭ା୬,ଅନିଲ ଦାସ: ଉପକୂଳରୁ ଉପାନ୍ତ ସବୁଠି ପାରଦ ଉପରମୁହାଁ ହୋଇଛି। ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ଏଠାରେ ସର୍ବୋଚ୍ଚ ତାପମାତ୍ରା ୪୫.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି ରାଜ୍ୟର ୩ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀକୁ ଟପି ଯାଇଥିବା ବେଳେ ୮ଟି ସ୍ଥାନରେ ୪୪ ଡିଗ୍ରୀକୁ ପାର କରିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ଝାରସୁଗୁଡ଼ାରେ ସର୍ବାଧିକ ୪୫.୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର ୪୫.୩, ସମ୍ବଲପୁର ୪୪.୮, ଅନୁଗୋଳ ୪୪.୭, ହୀରାକୁଦ ୪୪.୬, ଭୁବନେଶ୍ୱର ୪୪.୬, ସୁନ୍ଦରଗଡ଼ ୪୪.୫, ତାଳଚେର ୪୪.୪, ବୌଦ୍ଧ ୪୪.୨, ରାଉରକେଲା ୪୪, ବରଗଡ଼ ୪୪, ନୟାଗଡ଼ ୪୩.୫, ଢେଙ୍କାନାଳ ୪୩.୫, ଟିଟିଲାଗଡ଼ ୪୩.୫, ବାରିପଦା ୪୩.୨, ବ୍ରହ୍ମପୁର ୪୩.୨, ନୂଆପଡ଼ା ୪୩, ଭବାନୀପାଟଣା ୪୩, ଖୋର୍ଦ୍ଧା ୪୩, ମାଲକାନଗିରି ୪୨.୪, କଟକ ୪୨.୨, ଦେବଗଡ଼ ୪୨, କେନ୍ଦ୍ରାପଡ଼ା ୪୧.୮, ଫୁଲବାଣୀ ୪୧.୫, ପାରଳାଖେମୁଣ୍ଡି ୪୦.୯, କେନ୍ଦୁଝର ୪୦.୫, ଜଗତ୍‌ସିଂହପୁର ୪୦.୫, ଭଦ୍ରକ ୪୦.୪, ଚାନ୍ଦବାଲି ୪୦.୪ ଏବଂ ଯାଜପୁରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଅନ୍ୟପକ୍ଷରେ ଲମ୍ବିଚାଲିଛି ତତଲା ଦିନ। ଆସନ୍ତା ୨୧ ଯାଏ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ (ହିଟ୍‌ଓ୍ବେଭ) ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ ଏବଂ ଖୋର୍ଦ୍ଧା ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏ ନେଇ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଯାଜପୁର, ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ ଜିଲାରେ ମଧ୍ୟ ହିଟ୍‌ଓ୍ବେଭ ଜାରି ରହିବ। ଉକ୍ତ ଜିଲାଗୁଡ଼ିକ ପାଇଁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ତେବେ ପାଗ କେବେ ବଦଳିବ ସେ ନେଇ ମଧ୍ୟ ଅନିଶ୍ଚିତତା ଦେଖାଦେଇଛି। ରାଜ୍ୟକୁ କେବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ମଧ୍ୟ କିଛି ସ୍ପଷ୍ଟ କରାଯାଇ ପାରୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୧୦: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି...

ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ...

ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ଦେଲେ ପାରାମେଡିକାଲ ଷ୍ଟାଫ୍

ନୂଆଦିଲ୍ଲୀ,୨୮ା୧୦: ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର ଧାରଣା ଦେଇଛନ୍ତି ଶହଶହ...

ଅଲୋଡ଼ା ହେଲା ଶିଶୁକନ୍ୟା: ପୋଖରୀ କୂଳରେ ବ୍ୟାଗ୍‌ ଭିତରେ ପୂରାଇ ଛାଡ଼ି ଚାଲିଗଲେ…

ପାଟଣା,୨୮ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଶିଶୁ ବିଦ୍ୟାମନ୍ଦିର ପଛ ପଟରେ ଥିବା ଏକ ପୋଖରୀ କୂଳରେ ବ୍ୟାଗ୍‌ ଭିତରୁ ସୋମବାର ସକାଳୁ...

ଆଇନ ମନ୍ତ୍ରୀ ଦେଲେ ବଡ଼ ସୂଚନା: ସରକାର ଆଣିବେ ଏକ ନୂଆ ଯୋଜନା, ଏଥିରେ ରହିଛି…

ଭୁବନେଶ୍ୱର,୨୮ା୧୦: ମଠ ମନ୍ଦିର ସୁରକ୍ଷା ପାଇଁ ଏଣିକି ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାର ନାଁ ‘ଦେବାଳୟ ଯୋଜନା’। ନୂଆ ଯୋଜନା...

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ...

ପ୍ରତି ରାତିରେ ଭିଣୋଇ ସାଜୁଥିଲେ ସଇତାନ: ଶାଳୀଙ୍କୁ ନିଶା ଦେଇ କରୁଥିଲେ ବଳାତ୍କାର ପରେ…

ଭୁବନେଶ୍ୱର,୨୮।୧୦: ପ୍ରତି ରାତିରେ ଭିଣୋଇ ସାଜୁଥିଲା ନର ରାକ୍ଷାସ। ରାତିରେ ଜାଗ୍ରତ ହେଉଥିଲା ତାଙ୍କର ସଇତାନ ପ୍ରକୃତି। ଶାଳୀଙ୍କ ବିସ୍ବାସରେ ଦେଇ ଚାଲିଥିଲା ବିଷ ପରେ...

ଦୁର୍ନୀତିଗ୍ରସ୍ଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ; ”କେତେବେଳେ ବି ବାନ୍ଧିପାରନ୍ତି ସରକାର”

ଭୁବନେଶ୍ୱର,୨୮ା୧୦: ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଶୁନ୍ୟ ସହନଶୀଳତା ନୀତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri