ଆଇପିଏସ୍‌ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ସ୍ତରରେ ଗୁରୁବାର ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏପରିକି ୫ ଜିଲାରେ ନୂଆ ଏସ୍‌ପିଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।

ବିଜ୍ଞପ୍ତି ଅନୁଯାୟୀ, ୧୯୮୯ ବ୍ୟାଚ୍‌ ଆଇପିଏସ୍‌ ଅମ୍ରିତ ମୋହନ ପ୍ରସାଦଙ୍କୁ ମାନବାଧିକାର ସୁରକ୍ଷା ସେଲର ସ୍ବତନ୍ତ୍ର ଡିଜି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ରେଳବାଇ ଓ ଉପକୂଳ ସୁରକ୍ଷା ସ୍ବତନ୍ତ୍ର ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ସହ ସିଭିଲ ଡିଫେନ୍ସ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ୧୯୯୫ ବ୍ୟାଚ୍‌ ଆର.କେ. ଶର୍ମାଙ୍କୁ ଆଇନଶୃଙ୍ଖଳାରୁ ହଟାଇ ଅତିରିକ୍ତ ଡିଜିପି ମୁଖ୍ୟାଳୟ ଭାବେ ବଦଳି କରାଯାଇଥିବା ବେଳେ ୧୯୯୭ ବ୍ୟାଚ୍‌ ସଞ୍ଜୟ କୁମାରଙ୍କୁ ଆଇନଶୃଙ୍ଖଳା ଅତିରିକ୍ତ ଡିଜି ସହ କମ୍ୟୁନିକେସନ୍‌ ଅତିରିକ୍ତ ଡିଜିପି ଭାବେ ବଦଳି କରାଯାଇଛି ।

ସେହିପରି ୧୯୯୮ ବ୍ୟାଚ୍‌ ଆଇପିଏସ ଅଫିସର ତଥା ଅତିରିକ୍ତ ଡିଜି ଅପରେସନ୍‌ ଦାୟିତ୍ୱରେ ଥିବା ଅମିତାଭ ଠାକୁରଙ୍କୁ ପରିବହନ କମିଶନର ଭାବେ ବଦଳି କରାଯାଇଛି । ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସୁରେଶ ଦେବଦତ୍ତ ସିଂହଙ୍କୁ ଅତିରିକ୍ତ ଡିଜି ଅପରେସନ୍‌ ଭାବେ ବଦଳି କରାଯାଇଥିବା ବେଳେ ୧୯୯୮ ବ୍ୟାଚ୍‌ ଆଇପିଏସ ଅଫିସର ଦୟାଲ ଗଙ୍ଗୱାରଙ୍କୁ ରେଳବାଇ ଓ ଉପକୂଳ ସୁରକ୍ଷା ଅତିରିକ୍ତ ଡିଜି, ୧୯୯୮ ବ୍ୟାଚ୍‌ ଆଇପିଏସ ରାଜେଶ କୁମାରଙ୍କୁ ଏଡିଜି ଆଧୁନିକୀକରଣ ଭାବେ ଅବସ୍ଥାପିତ କରାଯାଇଛି ।

୨୦୦୨ ବ୍ୟାଚ୍‌ ଆଇପିଏସ୍‌ ଅଫିସର ତଥା କେନ୍ଦ୍ରାଞ୍ଚଳ ଆଇଜି ଥିବା ନରସିଂହ ଭୋଳଙ୍କୁ ଅବକାରୀ କମିଶନର ଭାବେ ବଦଳି କରାଯାଇଥିବା ବେଳେ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶୀଷ ସିଂଙ୍କୁ କେନ୍ଦ୍ରାଞ୍ଚଳ ଆଇଜି ଓ ରାଜ୍ୟ ଫୋରେନ୍ସିକ ସାଇନ୍ସ ଲ୍ୟାବର ଆଇଜି ଭାବେ ନିଯୁକ୍ତ କରାଯାଇଛି। ୨୦୦୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ରାଜେଶ ପଣ୍ଡିତଙ୍କୁ ରାଜ୍ୟ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ଭାବେ ବଦଳି କରାଯାଇଛି। ୨୦୦୯ ବ୍ୟାଚ ଆଇପିଏସ୍‌ ଅଖିଳେଶ୍ୱର ସିଂଙ୍କୁ ସ୍ପେଶାଲ ଇଣ୍ଟେଲିଜେନ୍ସ ୱିଙ୍ଗ ଡିଆଇଜି ଭାବେ ନିଯୁକ୍ତ କରାଯାଇଛି। ସେହିପରି ୨୦୦୯ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସି.ଏସ୍‌ ମୀନାଙ୍କୁ କୋରାପୁଟ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ବଦଳି କରାଯାଇଛି।

ଏପରିକି କେନ୍ଦୁଝର ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କୁ ରାଉରକେଲା ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ସମ୍ବଲପୁର ଏସ୍‌ପି ବି. ଗଙ୍ଗାଧରଙ୍କୁ ମୟୂରଭଞ୍ଜ ଏସ୍‌ପି ଭାବେ ନିଯୁକ୍ତି କରାଯାଇଛି। ରାଉରକେଲା ଏସ୍‌ପି ମୁକେଶ କୁମାର ଭାମୋଙ୍କୁ ସମ୍ବଲପୁର ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ବଲାଙ୍ଗୀର ଏସ୍‌ପି କୁସାଲକାର ନିତିନ୍‌ ଦାଗଡୁଙ୍କୁ କେନ୍ଦୁଝର ଏସ୍‌ପି ଓ ୨୦୧୬ ବ୍ୟାଚ୍‌ ଆଇପିଏସ୍‌ ଖିଲାରୀ ରିଷିକେଶଙ୍କୁ ବଲାଙ୍ଗୀର ଏସ୍‌ପି ଭାବେ ନିଯୁକ୍ତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ପାଇଁ ୧୨ ଶ୍ରମିକଙ୍କୁ ଲୁଚାଇ ରଖିଥିଲେ ଦଲାଲ: ମାଡ଼ିବସିଲା ପୋଲିସ

ଲାଠୋର,୨୮।୧୦(ଭୁବନେଶ୍ୱର ବାରିକ): ଲାଠୋର ପୋଲିସ ସୋମବାର ସନ୍ଧ୍ୟାରେ ଲାଠୋର ଗ୍ରାମର ଏକ ପରିତ୍ୟକ୍ତ ଘରୁ ୧୨ ଜଣ ଦାଦନ ଶ୍ରମିକ ଓ ଜଣେ ଶିଶୁଙ୍କୁ ଉଦ୍ଧାର...

ଧନତେରସରେ ସୁନା କିଣିବାକୁ ଯୋଜନା କରୁଛନ୍ତି କି? ଜାଣିନିଅନ୍ତୁ ନୂଆ ଦର

ଭୁବନେଶ୍ୱର,୨୮।୧୦: ରାତି ପାହିଲେ ସୁଖ ଓ ସମୃଦ୍ଧିର ପର୍ବ ଧନ ତ୍ରୟୋଦଶୀ ବା ଧନତେରସ। କୁହାଯାଏ ଏହିଦିନ ସୁନା ଗହଣା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି।...

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

୧୪ ବର୍ଷ ପରେ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭...

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ...

ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୧୦: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି...

ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri