
ଭୁବନେଶ୍ୱର,୨୦।୩: ଆଜି ବିଧାନସଭାରେ ଦେଖିବାକୁ ମିଳିଛି ରୋଚକ ଦୃଶ୍ୟ। ଦୀର୍ଘଦିନ ଧରି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଗୃହ ଚାଲିପାରୁ ନ ଥିଲା। ସେହିପରି ଗୁରୁବାର ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ବିରୋଧୀଙ୍କ ହଙ୍ଗାମା ଯୋଗୁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।
ଗୁରୁବାର ବିଧାନସଭାରେ ଦେଖିବାକୁ ମିଳିଛି ରୋଚକ ଦୃଶ୍ୟ । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୋକ ପ୍ରସ୍ତାବ ଆଗତ କରିବା ପରେ, ଗୃହରେ ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ । ଏହାପରେ ଆରମ୍ଭ ହେଇଯାଇଥିଲା କଂଗ୍ରେସ ବିଧାୟକଙ୍କ ପ୍ରତିବାଦ । ନାରୀ ସୁରକ୍ଷା ଦାବି କରି ବିଧାୟକମାନେ ହଟ୍ଟଗୋଳ କରିବା ସହ ପୋଡିୟମ ତଳେ ନାରାବାଜି କରିଥିଲେ । ବିଧାନସଭା ଭିତରେ ହୁଇସିଲ ବଜେଇ ପ୍ରତିବାଦ କରିଥିଲେ କଂଗ୍ରେସ ବିଧାୟକ । ବାଚସ୍ପତି ବାରମ୍ବାର ହୁଇସିଲ ବଜାଇବା ବନ୍ଦ କରିବାକୁ ମନା କରିଥିଲେ ବି, ବିଧାୟକମାନେ ହୁଇସିଲ ବଜାଇବା ବନ୍ଦ କରି ନ ଥିଲେ । ଯାହାପରେ ବାଚସ୍ପତି ଗୃହକୁ ମଧ୍ୟାହ୍ନ ୧୨ଟା ଯାଏଁ ମୁଲତବି ଘୋଷଣା କରିଥିଲେ ।