୪୮ ଘଣ୍ଟା ପାଇଁ ସମ୍ବଲପୁରରେ ଇଣ୍ଟରନେଟ ସେବା ବନ୍ଦ

ସମ୍ବଲପୁର,୧୩।୪(ବ୍ୟୁରୋ) ସମ୍ବଲପୁର ଜିଲାରେ ଗୁରୁବାର ପୂର୍ବାହ୍ନ ୧୦ଟାରୁ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବାକୁ ବନ୍ଦ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ସମସ୍ତ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଛି।

ବୁଧବାର ସମ୍ବଲପୁରର ଧନୁପାଲି ଛକରେ ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ରାଲିରେ ପଥର ମାଡ଼ ହୋଇଛି। ଅନ୍ୟଏକ ଗୋଷ୍ଠୀର ପଥର ମାଡ଼ରେ ୧୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ଘଟଣାପରେ ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ହୋଇଥିବା ଜଣାପଡିଛି।

Share