ଅର୍ଜିତ ଶିକ୍ଷା ଜ୍ଞାନକୁ ସମାଜ, ଦେଶର ଉନ୍ନତିରେ ବିନିଯୋଗ କର: ରାଷ୍ଟ୍ରପତି

ବ୍ରହ୍ମପୁର,୧ା୩(ତନୁଶ୍ରୀ ନାହାକ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ବ୍ରହ୍ମପୁର ଆସି ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ଏହି ଉତ୍ସବରେ ସେ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଥିଲେ। ରାଷ୍ଟ୍ରପତି କହିଥିଲେ, ନିଜ ଦ୍ୱାରା ଅର୍ଜିତ ଜ୍ଞାନକୁ ନିଜର, ନିଜ ପରିବାର, ନିଜେ ବାସ କରୁଥିବା ସମାଜ ତଥା ରାଜ୍ୟ ଓ ଦେଶର ହିତ ସାଧନ କରିବା ନିମନ୍ତେ ବିନିଯୋଗ କର। ଏହା ସହ ଗଞ୍ଜାମ ଜିଲା ହେଉଛି ଓ କର୍ମଭୂମି ବୀରଙ୍କ ଭୂମି ତଥା ସଂସ୍କୃତି କଳା ଓ ଜ୍ଞାନର ଗନ୍ତାଘର। ଏଇଠି ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ସହ ଏଠିକାର ମହାପୁରୁଷ ପୁର୍ବତନ ରାଷ୍ଟ୍ରପତି ଭିଭି ଗିରି, ଗଞ୍ଜାମ ମାଟିର ସୁପୁତ୍ର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ,ମହାରାଜା କୃଷ୍ଣଚନ୍ଦ୍ର ମର୍ଦ୍ଧରାଜ, ବିନାୟକ ଆଚାର୍ଯ୍ୟ, ଶଶିଭୂଷଣ ରଥ, ବିଶ୍ୱନାଥ ଦାସ, ଚକରା ବିଷୋୟୀ, ସଦାଶିବ ତ୍ରିପାଠୀ, ଲକ୍ଷ୍ମଣ ନାୟକଙ୍କ ଭଳି ମହାନ ଜନନାୟକଙ୍କୁ ଧରି ଗର୍ବିତ। ଏହି ମାଟି ଏମାନଙ୍କୁ ନିଜ ଆଦର୍ଶ ଭାବେ ଗ୍ରହଣ କରନ୍ତୁ । ତମୋସା ମା ଜ୍ୟୋତିର୍ଗମୟ ବାକ୍ୟକୁ ପ୍ରତିପାଦିତ କରିବା ନିମନ୍ତେ ଯେଉଁ ଭଳି ଭାବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କାର୍ଯ୍ୟକରୁଛି ଏଥିରେ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧି ହେଉଛି । ଜୀବିକା ନିମନ୍ତେ ଯାହା ପନ୍ଥା ଆବଶ୍ୟକ ଗ୍ରହଣ କର କିନ୍ତୁ ନିଜର ଉନ୍ନତି ସହ ଦେଶର ଉନ୍ନତି କଥା ପ୍ରତି ସମାନ ଗୁରୁତ୍ୱ ଦିଅ ବୋଲି ରାଷ୍ଟ୍ରପତି କହିଛନ୍ତି।

କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ରାଜ୍ୟ ଉଚ୍ଚଶିକ୍ଷା ତଥା ଖାଦ୍ୟ ଓ ଯୋଗାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗଦେଇଥିଲେ। ଉତ୍ସବରେ ସମ୍ମାନିତ ଅତିଥି ଉଚ୍ଚଶିକ୍ଷା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କ ନିମନ୍ତେ ଛାତ୍ରବୃତ୍ତିଠାରୁ ଆରମ୍ଭ କରି ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧି ନିମନ୍ତେ ନିଆଯାଇଥିବା ପ୍ରତ୍ୟେକ ପଦକ୍ଷେପ ଓ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ।

ସମାବର୍ତ୍ତନ ଉତ୍ସବରେ ୩୧ ଜଣଙ୍କୁ ସ୍ବର୍ଣ୍ଣପଦକ, ୪୩ ଜଣଙ୍କୁ ପିଏଚ୍‌ ଜଣେ ୩ ଜଣ ସ୍କଲାରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ବ୍ରହ୍ମପୁର ଏସ୍‌ପି ବିବେକ ଏମ୍‌, ରାଜ୍ୟ କାଜୁ ନିଗମ ଉନ୍ନୟନ ଅଧ୍ୟକ୍ଷ ସୁବାସ ମହାରଣା ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri