ପୁଞ୍ଜିନିବେଶକାରୀଙ୍କ ପ୍ରଥମ ପସନ୍ଦ ହେବ ଓଡ଼ିଶା: ମୋହନ

ଭୁବନେଶ୍ୱର,୧୭ା୧୧(ଅନିଲ ଦାସ): ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ ଦେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ପ୍ରତିନିଧିମଣ୍ଡଳୀ ୪ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି। ସିଙ୍ଗାପୁର ଯିବା ପୂର୍ବରୁ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନରେ ଏକ ବରିଷ୍ଠ ପ୍ରତିନିଧିମଣ୍ଡଳୀର ନେତୃତ୍ୱ ନେଇ ସିଙ୍ଗାପୁର ଅଭିମୁଖେ ବାହାରିଛି। ଏ ଯାତ୍ରା ନିଶ୍ଚୟ ସଫଳ ହେବ। ଯେତେବେଳେ ସାରା ବିଶ୍ୱରୁ ଇନ୍‌ଭେଷ୍ଟର୍ସମାନେ ଭାରତରେ ପୁଞ୍ଜିବିନିଯୋଗ କରିବାକୁ ଚାହିଁବେ, ସେତେବେଳେ ଓଡ଼ିଶା ସେମାନଙ୍କର ପ୍ରଥମ ପସନ୍ଦର କ୍ଷେତ୍ର ହେବ।

ଶିଳ୍ପାୟନ ପାଇଁ ସିଙ୍ଗାପୁର ପ୍ରସିଦ୍ଧ। ସେଠାରେ ରସାୟନ, ପେଟ୍ରୋକେମିକାଲ୍ସ, ସବୁଜ ଶକ୍ତି, ଲଜିଷ୍ଟିକ୍ସ, ଜାହାଜ ନିର୍ମାଣ, ଆର୍ଥିକ ସେବା, ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଖାଦ୍ୟ ପ୍ରକ୍ରିୟାକରଣ ଓ ବସ୍ତ୍ର ତିଆରି ଆଦି କ୍ଷେତ୍ରରେ ବିଶ୍ୱର ବଡ଼ ବଡ଼ କମ୍ପାନୀମାନେ କାମ କରୁଛନ୍ତି। ସେହି କମ୍ପାନୀର ଶୀର୍ଷ ନେତୃତ୍ୱଙ୍କ ସହ ଓଡ଼ିଶା ଆଲୋଚନା କରିବ। ପୁଞ୍ଜିପତିଙ୍କୁ ଆମ ରାଜ୍ୟର ପ୍ରାକୃତିକ ସମ୍ପଦ, ଦକ୍ଷ ମାନବ ସମ୍ବଳ ଓ ଉନ୍ନତ ଶିଳ୍ପ ନୀତି ସମ୍ପର୍କରେ ଅବଗତ କରାଯିବ। ନିବେଶ ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିଛି। ଓଡ଼ିଶାରେ ନିବେଶକରି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ନିବେଶକଙ୍କୁ ନିମନ୍ତ୍ରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବ୍ୟବସାୟ କରିବା ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ଅଛି। ଭାରତ ବିକାଶର କାହାଣୀରେ ଓଡ଼ିଶା ସମସ୍ତଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇ ଉଭା ହେବା ଲାଗି ପ୍ରସ୍ତୁତ ଅଛି। ଓଡ଼ିଶାର ସାଢ଼େ ଚାରି କୋଟି ଲୋକଙ୍କ ପକ୍ଷରୁ ଆମର ଟିମ୍‌ ବିଦେଶ ଯାତ୍ରା କରୁଛି। ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍‌ ସିଙ୍ଗାପୁରରେ ଟୁଆସ୍‌ ପୋର୍ଟ, ଜୁରାଙ୍ଗ ପେଟ୍ରୋକେମିକାଲ୍ସ କମ୍ପ୍ଲେକ୍ସ ଏବଂ ଆଇଟିଇଇଏସ୍‌ ସିଙ୍ଗାପୁର ଭଳି କେତେକ ବିଶ୍ୱ ସ୍ତରୀୟ କମ୍ପାନୀ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ସେମାନଙ୍କର ଉନ୍ନତ ବ୍ୟବସ୍ଥାକୁ ବୁଝିବା ସହିତ ଓଡ଼ିଶାରେ ସେହିଭଳି କିମ୍ବା ତା’ ଠାରୁ ଅଧିକ ଉନ୍ନତ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ପ୍ରୟାସ କରାଯିବ। ସିଙ୍ଗାପୁର ଏବଂ ପଡ଼ୋଶୀ ଏସିଆନ ଦେଶଗୁଡ଼ିକରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ମଧ୍ୟ ସାକ୍ଷାତ ଆଲୋଚନା କରାଯିବ। ସେମାନେ ଓଡ଼ିଆ ଭାଷା ଓ ସଂସ୍କୃତିର ବ୍ରାଣ୍ଡ ଆମ୍ବାସାଡର ହୋଇ ଓଡ଼ିଶାକୁ ଗୌରବାନ୍ବିତ କରିଛନ୍ତି। ଓଡ଼ିଶା ଓ ସିଙ୍ଗାପୁରର ସମ୍ପର୍କକୁ ମଜଭୁତ କରିବାରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ସେମାନଙ୍କ ସହିତ ଆଲୋଚନା କରି ଏ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ସେମାନଙ୍କ ମତାମତ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯାତ୍ରା ଯୋଗୁ ଓଡ଼ିଶାରେ ଟେକ୍ସଟାଇଲ୍‌ସ, କେମିକାଲ୍ସ, ଗ୍ରୀନ ଏନର୍ଜି, ଲଜିଷ୍ଟିକ୍ସ, ସିପ୍‌ ବିଲ୍ଡିଂ ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରରେ ପୁଞ୍ଜି ନିବେଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି ହେବ। ରାଜ୍ୟରେ ଯୁବତୀଯୁବକମାନଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ଜାତୀୟ ତାଲିକାରେ ସାମିଲ ହେଲା ରଥଯାତ୍ରା, ବାଲିଯାତ୍ରା

ଭୁବନେଶ୍ୱର, ୩୧।୩: ମହାପ୍ରଭୁ ଜଗନ୍ନାଥଙ୍କ ବାର୍ଷିକ ରଥଯାତ୍ରା ଏବଂ କଟକର ଐତିହାସିକ ବାଲି ଯାତ୍ରାକୁ ସଙ୍ଗୀତ ନାଟକ ଏକାଡେମୀର ‘ଜାତୀୟ ଅମୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକା’ରେ...

ନାବାଳିକାଙ୍କୁ ବଳାତ୍କାର: ୨୩ ଦିନ ପରେ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ପୁରୀ,୩୧।୩: ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ସାମ୍‌ନାକୁ ଆସିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଅସ୍ତରଙ୍ଗ ଥାନା ପୋଲିସ...

ରେଳ ଇଞ୍ଜିନକୁ ପଥର ଫିଙ୍ଗିଥିଲେ, ପରେ…

ବନ୍ଧମୁଣ୍ଡା,୩୧ା୩(ସୁବ୍ରତ ଦେ): ବନ୍ଧମୁଣ୍ଡା ରେଳ ସେକ୍ସନର ଡୁମେରତା ରେଳ ଷ୍ଟେଶନ ନିକଟସ୍ଥ ୨ ନମ୍ବର ରେଳ ଫାଟକ ନିକଟରେ ରେଳ ଇଞ୍ଜିନରେ ପଥର ଫିଙ୍ଗି ଇଞ୍ଜିନର...

ରାଉରକେଲା ବେଦବ୍ୟାସରେ ନିର୍ମାଣ କରାଯିବ ଝୁଲା କାଚ ପୋଲ

ରାଉରକେଲା, ୩୧।୩: ରାଉରକେଲାର ବେଦବ୍ୟାସରେ ଏକ ଝୁଲା କାଚ ପୋଲ ନିର୍ମାଣ ହେବାକୁ ଯାଉଛି, ଏହା ଓଡିଶାର ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଘୋଷଣା...

ଏପ୍ରିଲ୍‌ ୧ରୁ ୧୪ଯାଏ ପାଳନ ହେବ ‘ଓଡ଼ିଆ ପକ୍ଷ’

ଭୁବନେଶ୍ୱର,୩୧ା୩: ଏପ୍ରିଲ ୧ ଓଡ଼ିଶା ଦିବସଠାରୁ ୧୪ ତାରିଖ ପଣା ସଂକ୍ରାନ୍ତି ପର୍ଯ୍ୟନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ଓଡ଼ିଆ ପକ୍ଷ’ ପାଳନ କରାଯିବ।...

ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକ ନେବେ ପ୍ରଶିକ୍ଷଣ

ପୁରୀ,୩୧।୩: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ...

କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୩୧ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର...

ଲୋ-ଭୋଲଟେଜ, ବିଦ୍ୟୁତ୍‌ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ

ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image