ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ୍‌ ବଜାର ଉପରେ ପଡିଛି। ଫଳରେ କ୍ରମାଗତ ଭାବେ ଘରୋଇ ଶେୟାର ବଜାରର କାରବାରରେ ହ୍ରାସ ଘଟୁଛୁ। ଚଳିତ ସପ୍ତାହର ଶେଷ ଦିନରେ ବଡ ଧରଣର ହ୍ରାସ ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) କାରବାରରେ ଦେଖିବାକୁ ମିଳିଛି। ଏପରିକି ଦିନକରେ ପୁଞ୍ଜିବଜାରର ନିବେଶକ ପ୍ରାୟ ୫ ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ହରାଇଛନ୍ତି। ଉଲ୍ଲେଖଯୋଗ୍ୟ, ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସେନ୍‌ସେକ୍ସ ୧.୨୪%ର କାରବାର ସହ ୮୧,୧୮୩.୯୩ ଅଙ୍କରେ ଥିଲାବେଳେ ଏନ୍‌ଏସ୍‌ଇ ନିଫ୍ଟରେ ୧.୧୭% କାରବାର ସହ ୨୪,୮୫୨.୧୫ ଅଙ୍କରେ ଶେଷ କରିଥିଲା। ଫଳରେ ଶୁକ୍ରବାରର କାରବାର ଶେଷ ସୁଦ୍ଧା ପୁଞ୍ଜି ବଜାର ୫,୪୯,୯୨୫.୧୬ କୋଟି ଟଙ୍କା ହ୍ରାସ ପାଇ ୪,୬୦,୧୮,୯୭୬.୦୯ କୋଟିରେ ପହଞ୍ଚତ୍ଛି। ସେହିଭଳି ଚଳିତ ସପ୍ତାହର ଶେଷ ଦିନରେ ରିଲାଏନ୍ସ ଇଣ୍ଡଷ୍ଟ୍ରି ସର୍ବାଧିକ କ୍ଷତି ସହିଥିବାବେଳେ ବ୍ୟାଙ୍କ ଏବଂ ଅଟୋ ଶିଳ୍ପ ଭଳି ନିବେଶକମାନେ ବଡ ଧରଣର ନିବେଶ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଏଭରଗ୍ରୀନ୍‌ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୧୫।୯ (ଅଭୟ ଦାଶ): ଦେଶର ପ୍ରମୁଖ ଚା’ ବ୍ରାଣ୍ଡ୍‌ ତଥା ନେହା ଏଣ୍ଟରପ୍ରାଇଜର୍ସ ଦ୍ୱାରା ପ୍ରସ୍ତୁତ ଲୋକପ୍ରିୟ ଉତ୍ପାଦ ଏଭରଗ୍ରୀନ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ...

ନିବାଭ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଭାରତର ସର୍ବବୃହତ ଘରୋଇ ଲିଫ୍ଟ ବ୍ରାଣ୍ଡ୍‌ ନିବାଭ୍‌ ଲିଫ୍ଟର ନୂତନ ଉତ୍ପାଦ ‘ନିବାଭ୍‌ ସିରିଜ୍‌-୪ ହୋମ୍‌ ଲିଫ୍ଟ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି।...

ସାମନ୍ତରାପୁରରେ ଖିମଜୀ ଜୁଏଲର୍ସର ନୂତନ ଆଉଟଲେଟ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଖିମ୍‌ଜୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ ରବିବାର ଭୁବନେଶ୍ୱରର ସାମନ୍ତରାପୁର ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଖିମ୍‌ଜୀ ଜୁଏଲର୍ସର ଚେୟାରମ୍ୟାନ ଦିନେଶ ଖିମ୍‌ଜୀ...

ରପ୍ତାନିକୁ ପ୍ରଭାବିତ କରୁଛି କଣ୍ଟେନର ଅଭାବ

ଭୁବନେଶ୍ୱର,୧୬।୯, (ଅନୁରାଧା ମହାରଣା): ମାଲ ପରିବହନ ବୃଦ୍ଧି, କଣ୍ଟେନର ଅଭାବ ଏବଂ ପ୍ରମୁଖ ରପ୍ତାନି ତଥା ବିଦେଶୀ ପରିବହନକାରୀଙ୍କ ଉପରେ ନିର୍ଭରଶୀଳତା ଦେଶର ରପ୍ତାନି କ୍ଷେତ୍ରରେ...

ୟୁକୋ ବ୍ୟାଙ୍କର ହାରାହାରି ୩୪% ମହିଳା କର୍ମଚାରୀ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଅଲ୍‌ ଇଣ୍ଡିଆ ୟୁକୋ ବ୍ୟାଙ୍କ ଅଫିସର୍ସ ଫେଡେରେଶନ (ସର୍ବଭାରତୀୟ ୟୁକୋ ବ୍ୟାଙ୍କ ଅଧିକାରୀ ସଙ୍ଗଠନ) ପକ୍ଷରୁ ଏକ ଦିନିକିଆ ମହିଳା ଅଧିକାରୀଙ୍କ ଜାତୀୟ...

ଟାଟା ମୋଟର୍ସର ଫେଷ୍ଟିଭାଲ ଅଫ୍‌ କାର୍‌ସ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଟାଟା ମୋଟର୍ସର ବହୁ ପ୍ରତୀକ୍ଷିତ ତଥା ଆକର୍ଷଣୀୟ ରିହାତି ଅଫର ‘ଫେଷ୍ଟିଭାଲ ଅଫ୍‌ କାର୍‌ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ପୂର୍ବରୁ...

୭୩% ଭାରତୀୟ ଗ୍ରାହକଙ୍କ ପସନ୍ଦ ଅନ୍‌ଲାଇନ ଶପିଂ

ନୂଆଦିଲ୍ଲୀ,୧୫।୯ (ଅଭୟ ଦାଶ): ବ୍ୟସ୍ତବହୁଳ ଜୀବନ ଓ ଅନ୍ୟାନ୍ୟ ସମସ୍ୟା ପାଇଁ ସବୁ ବର୍ଗର ଭାରତୀୟ ଅନ୍‌ଲାଇନ ପ୍ଲାଟ୍‌ଫର୍ମରେ କିଣାକିଣି କରିବାକୁ ଅଧିକ ପସନ୍ଦ କରୁଛନ୍ତି।...

ଫ୍ଲିପ୍‌କାର୍ଡରେ ଜବରଦସ୍ତ ଅଫର୍‌: ଶସ୍ତାରେ ମିଳିବ ଏହି ୨୪ ସ୍ମାର୍ଟଫୋନ

ଆଗକୁ ଆସୁଛି ପାର୍ବଣ ଋତୁ। ଏଥର ଫ୍ଲିପକାର୍ଟ ଏବଂ ଆମାଜନ ଏକ ବମ୍ପର ସେଲ୍‌ ଆରମ୍ଭ ହେବାକୁ ଯାଉଛି। ଫ୍ଲିପକାର୍ଟ ବିଗ୍‌ ବିଲିୟନ ଡେ’ରେ ଗ୍ରାହକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri