Categories: ଜାତୀୟ

ଯୋଗୀଙ୍କ ଶପଥ ଗ୍ରହଣଉତ୍ସବକୁ ରାହୁଲ, ସୋନିଆଙ୍କୁ ନିମନ୍ତ୍ରଣ

ଲକ୍ଷ୍ନୌ,୧୭।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ସଂଖ୍ୟାଗରିଷ୍ଠତା ସହ ଭାଜପା ପୁଣି କ୍ଷମତାକୁ ଫେରିଛି। ଯୋଗୀ ଆଦିତ୍ୟନାଥ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଶପଥ ଗ୍ରହଣ ସମାରୋହ ପାଇଁ ସମସ୍ତ ପ୍ରସ୍ତୁତି ଚାଲିଛି । ଇକାନା ଷ୍ଟାଡିୟମରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ। ଯୋଗୀ ଆଦିତ୍ୟନାଥଙ୍କ ଶପଥ ଗ୍ରହଣ ସମାରୋହରେ ୪୫ ହଜାର ଲୋକ ଯୋଗଦେବେ ବୋଲି ଆଶା କରାଯାଉଛି। ଏହି କାର୍ଯ୍ୟକ୍ରମ ପାଇଁ ୨୦୦ ଭିଭିଆଇପି ଅତିଥିଙ୍କ ତାଲିକା ପ୍ରସ୍ତୁତ କରାଯାଇଛି। ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ସୋନିଆ ଗାନ୍ଧୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ, ମୁଲାୟମ ସିଂ ଯାଦବ, ବିଏସପି ସୁପ୍ରିମୋ ମାୟାବତୀ ସମେତ ସମସ୍ତ ବିରୋଧୀଦଳର ନେତାଙ୍କୁ ଏହି ଶପଥ ଗ୍ରହଣ ସମାରୋହରେ ନିମନ୍ତ୍ରଣ କରାଯିବ। ଏହା ସହିତ ଭାଜପା ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଶପଥ ଗ୍ରହଣ ସମାରୋହରେ ଯୋଗଦେବା ସମ୍ଭାବନା ରହିଛି।

Share