Posted inଖେଳ

IPL 2025 Ishan Kishan: ସନରାଇଜର୍ସ ପାଇଁ ଡେବ୍ୟୁ ମ୍ୟାଚ୍‌ରେ ଇଶାନ କିଶନଙ୍କ ବିସ୍ଫୋରକ ଇନିଂସ, ହାସଲ କଲେ ଐତିହାସିକ ଶତକ

ନୂଆଦିଲ୍ଲୀ,୨୩।୩: ଭାରତୀୟ ଦଳର ଷ୍ଟାର ଉଇକେଟ କିପର ବ୍ୟାଟର ଈଶାନ କିଷାନ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ) ୨୦୨୫ ସିଜିନ୍ ଆରମ୍ଭରୁ ଧମାଲ ମଚାଇ ଦେଇଛନ୍ତି। ଚଳିତ ବର୍ଷ ଈଶାନ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ପାଇଁ ଡେଭ୍ୟୁ କରିଥିଲେ ଏବଂ ନିଜର ପ୍ରଥମ ମ୍ୟାଚରେ ଧୂଆଁଧାର ବ୍ୟାଟିଂ କରି ଶତକ ହାସଲ କରିଛନ୍ତି।

ଆଇପିଏଲ ୨୦୨୫ ସିଜିନରେ ରବିବାରରେ, ହାଇଦ୍ରାବାଦ ଦଳ ରାଜସ୍ଥାନ ରୟାଲ୍ସ ସହିତ ମୁକାବିଲା କରିଥିଲା। ମ୍ୟାଚ୍‌ରେ ରାଜସ୍ଥାନ ଦଳ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଏହା ପରେ ହାଇଦ୍ରାବାଦ ବ୍ୟାଟିଂ କରିବାକୁ ଆସି ବହୁତ ରନ ସଂଗ୍ରହ କରିଥିଲା ​​ଏବଂ ୬ ୱିକେଟ ହରାଇ ୨୮୬ ରନ କରିଥିଲା।

ହାଇଦ୍ରାବାଦ ଦଳ ପାୱାର ପ୍ଲେରେ ଅର୍ଥାତ୍ ପ୍ରଥମ ୬ ଓଭରରେ ୯୪ ରନ କରିଥିଲା। ଏହି ମ୍ୟାଚ୍‌ରେ ଇଶାନ କିଷନ ୪୫ ବଲ୍‌ରେ ଶତକ ହାସଲ କରିଥିଲେ। ସେ ମ୍ୟାଚ୍‌ରେ ମୋଟ ୪୭ ବଲ୍‌ରେ ୧୦୬ ରନ୍‌ର ଏକ ଇନିଂସ ଖେଳିଥିଲେ। ଏଥିରେ ସେ ୬ଟି ଛକା ଏବଂ ୧୧ଟି ଚୌକା ମାରିଥିଲେ। ତାଙ୍କର ଷ୍ଟ୍ରାଇକ୍ ରେଟ୍ ମଧ୍ୟ ୨୨୫.୫୩ ଥିଲା।

ଏହା ଆଇପିଏଲରେ ଇଶାନ କିଶନଙ୍କ ପ୍ରଥମ ଶତକ। ଏହା ସହିତ, ସେ ସନରାଇଜର୍ସ ହାଇଦ୍ରାବାଦ ପାଇଁ ଆଇପିଏଲରେ ଶତକ ମାରିବାରେ ପ୍ରଥମ ଭାରତୀୟ ହୋଇଛନ୍ତି। ଏହା ବ୍ୟତୀତ, ଏହା ଏହି ଆଇପିଏଲ ୨୦୨୫ ସିଜିନର ମଧ୍ୟ ଏହା ପ୍ରଥମ ଶତକ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri