IPS ଅରୁଣ ଷଡ଼ଙ୍ଗୀ ହେଲେ OPSC ଚେୟାରମ୍ୟାନ୍

କଟକ,୨୭ା୯: ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର। ଏହି ପଦବୀରେ ତାଙ୍କୁ ଆଗାମୀ ୬ ବର୍ଷ ପାଇଁ ନିଯୁକ୍ତ କରାଯାଇଛି। ଏବେ ସେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ନିର୍ଦ୍ଦେଶକ ଅଛନ୍ତି।

ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ପଦର ଅତିରିକ୍ତ ଦାୟିତ୍ବରୁ ଅବ୍ୟାହତି ନେବା ପରେ ତାଙ୍କୁ ଏହି ଦାୟିତ୍ୱ ମିଳିଛି। ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମିର ନିର୍ଦ୍ଦେଶକ ସହିତ ୨୦୨୩ ଡିସେମ୍ବର ୩୧ରେ ସେ ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ବ ଗ୍ରହଣ କରିଥିଲେ।

ପ୍ରାୟ ସାତ ମାସ ଅତିରିକ୍ତ ଡିଜି ଥିବା ସମୟରେ ଓଡ଼ିଶା ପୋଲିସ ଅରୁଣ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଗତ ସାଧାରଣ ନିର୍ବାଚନ ଶାନ୍ତିପୂର୍ଣ୍ଣ, ନିରପେକ୍ଷରେ ସମାପନ କରିଥିଲା। ବିଶେଷ କରି ୨୬ବର୍ଷ ପରେ ପ୍ରଥମଥର ପାଇଁ ଓଡ଼ିଶାରେ ନିର୍ବାଚନ ମାଓ ହିଂସାମୁକ୍ତ ହୋଇପାରିଥିଲା।

ଏଥିସହିତ ରାଜ୍ୟରେ ନୂଆ ସରକାର ଆସିବା ପରେ ରଥଯାତ୍ରାରେ ସମୟରେ ଗୋଟିଏ ଦିନରେ ନବଯୌବନ ଓ ରଥଯାତ୍ରା ପଡୁଥିବାବେଳେ ଏହାକୁ ସୁରୁଖୁରୁରେ ସମ୍ପନ ହୋଇଥିଲା। ଏଥିସହିତ ତାଙ୍କର କାର୍ଯ୍ୟକଳାରେ ତିନୋଟି ନୂଆ ଆପରାଧିକ ଆଇନ ସୁରୁଖୁରରେ ଲାଗୁ କରିବା ସମେତ ବାଲେଶ୍ବରରେ ସୃଷ୍ଟି ହୋଇଥିବା ଗୋଷ୍ଠୀଗତ ବିଶୃଙ୍ଖଳାକୁ ପୋଲିସ ଦମନ କରି ପରିସ୍ଥିତିକୁ ନିୟନ୍ତ୍ରଣରେ ଆଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିନାକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ: କଟନୀଛଟନୀ ବନ୍ଦ, ୪୮ ଘଣ୍ଟାରେ ଖାତାକୁ ଯିବ ଟଙ୍କା

ଭୁବନେଶ୍ୱର,୨୭ା୯: ଲୋକସେବା ଭବନର କନଭେନସନ ହଲରେ ଶୁକ୍ରବାର ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀରେ ଯୋଗଦେଇ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଧାନ ସଂଗ୍ରହ କାର୍ଯ୍ୟକୁ ସରଳ...

କପିଳାସ ଗଲା ନରହନ୍ତା ହାତୀ

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ ଉତ୍ପାତ ଚଳାଇଥିବା ନରହନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍‌ ପରେ ଚିକିତ୍ସା ନିମନ୍ତେ ଢେଙ୍କାନାଳ ଜିଲାର କପିଳାସକୁ...

ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଲେ ସମିତିସଭ୍ୟ: ବ୍ୟାକ୍‌ଫୁଟ୍‌ରେ ବିଜେଡି

ଭବାନୀପାଟଣା/ଥୁଆମୁଳ ରାମପୁର,୨୭।୯ (ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ରାଜନିତୀରେ ଏବେ ହଟଚମଟ ଦେଖିବାକୁ ମିଳିଛି । ସ୍ଥାନୀୟ...

ଜେଲରେ ବିଇଓ, ଶିକ୍ଷକଙ୍କୁ ମିଳିପାରୁନି ଦରମା

ଛତ୍ରପୁର,୨୭ା୯(ସନ୍ତୋଷ ପାଢୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ସୀତାରାମ ପାତ୍ରଙ୍କ ଘରେ ଅଗଷ୍ଟ ୩୧ ତାରିଖରେ ଭିଜିଲାନ୍ସ ଟିମ୍‌...

ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ଆସିଲା ରାୟ 

ଅନୁଗୋଳ ,୨୭।୯:  ଅନୁଗୋଳ ଜିଲା ଆଠମଲ୍ଲିକ ଏଡିଜେ କୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ବିଚାର କରି...

କୋର୍ଟଙ୍କ ଆଦେଶକୁ ଅବମାନନା: ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର,୨୭ା୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ପୀଡ଼ିତା ଯେଉଁ ମହିଳା ପୋଲିସଙ୍କ...

ଯୁବତୀ-ମହିଳାଙ୍କୁ ଟାର୍ଗେଟ୍‌ କରି ଲୁଟୁଥିଲେ ସୁନା ଚେନ୍‌, ୪ ଜଣଙ୍କୁ ବାନ୍ଧିଲା କମିଶନରେଟ୍‌ ପୋଲିସ

ଭୁବନେଶ୍ୱର,୨୭ା୯: ବାଇକ୍‌ରେ ଆସି କଟକ, ଭୁବନେଶ୍ୱରର ଯୁବତୀ ଏବଂ ମହିଳାଙ୍କୁ ଟାର୍ଗେଟ୍‌ କରି ସୁନା ଚେନ୍‌ ଲୁଟୁଥିଲେ। ଏହି ଲୁଟେରା ଗ୍ୟାଙ୍ଗର ମୁଖ୍ୟ ସହ ୪...

ଭରତପୁର ଥାନା ଘଟଣା: ଆଉ ୩ ଜଣଙ୍କ ହେବ…

ଭୁବନେଶ୍ୱର,୨୭।୯: ଭରତପୁର ଥାନା ଘଟଣାରେ ଆଉ ୩ ଜଣଙ୍କ ପଲିଗ୍ରାଫ ଟେଷ୍ଟ ହେବ। ନିଲମ୍ବିତ ଥାନା ଅଧିକାରୀଙ୍କ ସହ ୩ ମହିଳା କର୍ମଚାରୀଙ୍କ ଏହି  ଟେଷ୍ଟ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri