ଦୁଇ ଆତଙ୍କବାଦୀଙ୍କୁ ଫାଶୀ ଦଣ୍ଡ ଦେଲା ଇରାନ

ତେହେରାନ,୮।୭: ଶିଆ ମନ୍ଦିର ଉପରେ ଆକ୍ରମଣ ଘଟଣାରେ ଇରାନ ଦୁଇ ଜଣଙ୍କୁ ମୃତ୍ୟୁଦଣ୍ଡ ଦେଇଛି।
ଇରାନର ସରକାରୀ ନ୍ୟୁଜ ଏଜେନ୍ସି ଆଇଆରଏନଏ ରିପୋର୍ଟ ଅନୁଯାୟୀ, ଦକ୍ଷିଣ ଶିରାଜ ସହରରେ ଶନିବାର ଦୁଇଜଣଙ୍କୁ ଫାଶୀ ଦିଆଯାଇଛି।

ସୂଚନାଯୋଗ୍ୟ, ମନ୍ଦିରରେ ଲଗାଯାଇଥିବା ସିସିଟିଭି ଫୁଟେଜ୍‌ ଅନୁସାରେ ଦୁଇ ଅଭିଯୁକ୍ତ ବ୍ୟାଗ୍‌ରେ ରାଇଫଲ ରଖି ମନ୍ଦିରରେ ପ୍ରବେଶ କରିଥିଲେ। ସେଦିନ ମନ୍ଦିରରେ ପ୍ରବଳ ଭିଡ ହୋଇଥିଲା। ଭିଡ ମଧ୍ୟରେ ଦୁହେଁ ଶ୍ରଦ୍ଧାଳୁଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳି ଶଦ୍ଦରେ ଲୋକେ ଧାଇଁବାକୁ ଲାଗିଥିଲେ। ତେବେ ସେହି ସମୟରେ ଗୁଳିମାଡରେ ୧୩ଜଣଙ୍କର ମୃତ୍ୟୁ ହୋଇଥିଲା। ଦୁଇ ଅଭିଯୁକ୍ତଙ୍କୁ ଗିରଫ ପରେ ସେମାନେ ଆତଙ୍କବାଦୀ ବୋଲି ଜଣାପଡିଥିଲା। ଇସଲାମିକ ଷ୍ଟେଟ୍‌ ଆଫଗାନିସ୍ତାନ ସହ ସେମାନଙ୍କର ଲିଙ୍କ୍‌ ରହିଛି ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ହିଁ ବନ୍ଦ କରିପାରିବେ ଯୁଦ୍ଧ, ମୋଦିଙ୍କ ଲିଡରଶିପକୁ ପ୍ରଶଂସା କଲେ ଜେଲନସ୍କି

କ୍ୱିଭ,୨୮।୧୦: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଅଢେଇ ବର୍ଷରୁ ଅଧିକ ସମୟ ବିତିଗଲାଣି। ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଲେଣି। ହେଲେ ଯୁଦ୍ଧ ବନ୍ଦ ହେବାର...

ଭାରତୀୟ ବଂଶୋଦ୍ଭବଙ୍କ ସହ ଆଜି ଦୀପାବଳି ପାଳିବେ ବାଇଡେନ

ଓ୍ବାଶିଂଟନ,୨୮ା୧୦: ଆମେରିକାର ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ ଦୀପାବଳିକୁ କେତେ ପସନ୍ଦ କରନ୍ତି ତାହା ସମଗ୍ର ବିଶ୍ୱ ପୂର୍ବରୁ ମଧ୍ୟ ଦେଖିସାରିଛି। ପ୍ରତିବର୍ଷ ଏଠାରେ ଦୀପାବଳିର...

ଆମେରିକା ରାଷ୍ଟ୍ରପତି ନିର୍ବାଚନ ୨୦୨୪

ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ମାତ୍ର ୯ ଦିନ ବାକି। ହ୍ବାଇଟ୍‌ ହାଉସ୍‌ ପାଇଁ ୨ ପ୍ରତିଦ୍ୱନ୍ଦ୍ୱୀ ଉପରାଷ୍ଟ୍ରପତି କମଲା ହାରିସ୍‌ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ...

ବାଂଲାଦେଶରେ ହିନ୍ଦୁ କର୍ମଚାରୀଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଉଛି

କୋଲକାତା,୨୭ା୧୦: ବାଂଲାଦେଶରେ ଶେଖ୍‌ ହାସିନାଙ୍କ ସରକାରର ପତନ ପରେ ମୌଳବାଦୀ ସଂଗଠନଗୁଡ଼ିକର ଶକ୍ତି ବୃଦ୍ଧି ପାଇବା ସହ ସଂଖ୍ୟାଲଘୁ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାର ବଢ଼ିଛି। ସରକାରୀ...

ଇରାନର ଅଣ୍ଟା ଭାଙ୍ଗିଦେଲା ଇସ୍ରାଏଲ୍‌, ଆକ୍ରମଣରେ କ୍ଷେପଣାସ୍ତ୍ର ଇନ୍ଧନ କାରଖାନା ଧ୍ୱଂସ

ତେହରାନ,୨୭।୧୦: ଇରାନ ଉପରେ ଇସ୍ରାଏଲର ଆକ୍ରମଣ ପରେ ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଉଛି। ବର୍ତ୍ତମାନ ବିଶ୍ୱ ଇରାନର ପ୍ରତିକ୍ରିୟାକୁ ଅପେକ୍ଷା କରିଛି। ଏସବୁ ମଧ୍ୟରେ...

ଆମେରିକାରୁ ବେଆଇନ ଭାରତୀୟ ପ୍ରବାସୀ ବିଦା

ଓ୍ବାଶିଂଟନ,୨୭ା୧୦: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ମାସରେ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେଠାରେ ବେଆଇନ ଭାବେ ପ୍ରବେଶ କରି ରହିଯାଇଥିବା ଭାରତୀୟମାନଙ୍କୁ ବିଦା କରିଦିଆଯାଇଛି।...

ବାଂଲାଦେଶରେ ହିନ୍ଦୁଙ୍କ ବିଶାଳ ରାଲି

ଢାକା,୨୬ା୧୦: ସଂଖ୍ୟାଲଘୁ ଅଧିକାର ଦାବିରେ ବାଂଲାଦେଶ ହିନ୍ଦୁ ସମ୍ପ୍ରଦାୟର ହଜାର ହଜାର ଲୋକ ଚିଟ୍ଟାଗଙ୍ଗ୍‌ର ଐତିହାସିକ ଲାଲ୍‌ଦିଘି ମଇଦାନରେ ଶୁକ୍ରବାର ବିଶାଳ ରାଲି କରିଛନ୍ତି। ସେମାନଙ୍କର...

ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି

ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri