ଭୁବନେଶ୍ୱର ବିମାନବନ୍ଦରରେ ୧୨ ଘଣ୍ଟାରୁ ଅଧିକ ସମୟ ଅଟକି ରହିବା ପରେ ଯାତ୍ରୀଙ୍କ ହଙ୍ଗାମା

ଭୁବନେଶ୍ୱର,୨୭ା୪: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ଯାତ୍ରୀମାନେ ଅଟକି ରହିବା କାରଣରୁ ଉତ୍ତେଜନା ସୃଷ୍ଟି ହୋଇଛି। ୧୨ ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ଯାତ୍ରୀମାନେ ସେମାନଙ୍କ ଗନ୍ତବ୍ୟସ୍ଥଳରେ ପହଞ୍ଚି ପାରିନାହାନ୍ତି।

୨୫ରୁ ଅଧିକ ଯାତ୍ରୀ ଭୁବନେଶ୍ୱର ବିମାନବନ୍ଦରର ଗେଟ୍ ସାମ୍ନାରେ ହଙ୍ଗାମା ସୃଷ୍ଟି କରିଥିଲେ। ଖବର ଅନୁଯାୟୀ, ଖରାପ ପାଗ କାରଣରୁ ଗତ ରାତିରେ ଦିଲ୍ଲୀରୁ କୋଲକାତା ଯାଉଥିବା ଏକ ଘରୋଇ ଏୟାରଲାଇନ୍ସର ବିମାନ ଭୁବନେଶ୍ୱର ବିମାନବନ୍ଦରରେ ଅଟକି ରହିଥିଲା। ପାଗ ସଫା ହେବା ପରେ ମଧ୍ୟ ଏହି ଏୟାରଲାଇନ୍ସର ବିମାନ ସେବା ପୁନରାରମ୍ଭ ହୋଇନଥିଲା।

ସୂଚନା ଅନୁଯାୟୀ, ଖରାପ ପାଗ କାରଣରୁ ଭୁବନେଶ୍ୱର ବିମାନବନ୍ଦରରେ ମୋଟ ଆଠଟି ଏୟାରଲାଇନ୍ସର ବିମାନ ଅଟକି ରହିଥିଲା। ଯେଉଁଥିରୁ ଛଅଟି ବିମାନ ସେମାନଙ୍କ ଯାତ୍ରୀଙ୍କୁ ନେଇ ଉଡ଼ାଣ କରିଥିବା ବେଳେ ଦୁଇଟି ବିମାନ ଏପର୍ଯ୍ୟନ୍ତ ଉଡ଼ାଣ କରିନାହିଁ। ୧୨ ଘଣ୍ଟାରୁ ଅଧିକ ସମୟ ଅଟକି ରହିବା ପରେ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେବାରୁ ହଙ୍ଗାମା ସୃଷ୍ଟି କରିଥିଲେ।

ବିମାନବନ୍ଦର କର୍ତ୍ତୃପକ୍ଷ କ୍ରୁଦ୍ଧ ଯାତ୍ରୀଙ୍କୁ ଶାନ୍ତ କରିବାକୁ ଚେଷ୍ଟା କରିଛନ୍ତି। ଯାତ୍ରୀଙ୍କୁ ଶୀଘ୍ର ଗନ୍ତବ୍ୟସ୍ଥଳକୁ ପଠାଇବା ପାଇଁ ଆଶ୍ୱାସନା ଦେଇ କୋଲକାତା ପାଇଁ ଯାତ୍ରୀଙ୍କୁ ନେବାର ବ୍ୟବସ୍ଥା ଆରମ୍ଭ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri