ମଣ୍ଡିରୁ ଧାନ ନ ଉଠିଲେ ଆନ୍ଦୋଳନ

ବୋଲଗଡ଼,୧୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ମଣ୍ଡିରେ ଧାନବସ୍ତା ରଖି ଚାଷୀ ଜଗି ବସିଥିବା ବେଳେ ମିଲର୍ସଙ୍କ ଦେଖା ମିଳୁନାହିଁ। ଫଳରେ ଚାଷୀ ମଣ୍ଡିରେ ଧାନ ଦେଇ ନ ପାରି ଶୋଷଣର ଶିକାର ହେଉଛି। ଟୋକନ ଅବଧି ସରିଯିବାରୁ ଚାଷୀଙ୍କ ଚିନ୍ତାର କାରଣ ପାଲଟିଛି। ଅନ୍ୟପଟେ ଅବଧି ସରିଥିବା ଟୋକନଗୁଡ଼ିକର ପୁନଃ କାର୍ଯ୍ୟକ୍ଷମ ଓ ଚାଷୀଙ୍କ ବଳକା ଧାନ ତୁରନ୍ତ ନ କିଣାଯାଏ ଆସନ୍ତା ୧୫ତାରିଖରେ ରାଜରାସ୍ତା କିମ୍ବା କୌଣସି ସରକାରୀ କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ କରାଯିବ ବୋଲି ନବନିର୍ମାଣ କୃଷକ ସଙ୍ଗଠନ ଚେତାବନୀ ଦେଇଛି। ପ୍ରକାଶ ଯେ, ଶନିବାର ବୋଲଗଡ଼ ବ୍ଲକ ଅନ୍ତର୍ଗତ ଗବଡ଼ିହପାଟଣା ଭାଗବତ ଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦୈତାରି ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଶତାଧିକ ଚାଷୀ ଯୋଗଦେଇଥିଲେ। ନବନିର୍ମାଣ କୃଷକ ସଙ୍ଗଠନର ଖୋର୍ଦ୍ଧା ଜିଲା ସଭାପତି ସୁରେଶ ମାନସିଂହ, ବ୍ଲକ ସଂଯୋଜକ ଜୟନ୍ତ ତ୍ରିପାଠୀ, ଖଙ୍ଗୁରିଆ ପଞ୍ଚାୟତ ସଂଯୋଜକ ସୋମନାଥ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଉପରୋକ୍ତ ନିଷ୍ପତ୍ତି ନେଇଥିଲେ। ବ୍ଲକ ସଂଯୋଜକ ତ୍ରିପାଠୀ ଜିଲାପାଳଙ୍କୁ ଭେଟିବା ସହ ଚାଷୀଙ୍କ ବଳକା ଧାନ କିଣିବା ଲାଗି ଦାବି କରିବେ ବୋଲି କହିଥିଲେ। ଏହି ଅବସରରେ ନବନିର୍ମାଣ କୃଷକ ସଙ୍ଗଠନର ସଦସ୍ୟ ଥିବା ୫୦ଜଣ ଚାଷୀଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଡ୍ୟୁଟି କରିବାକୁ ଯାଉଥିଲେ, ବାଟରେ ଛକି ବସିଥିଲା ଯମ

ଅନୁଗୋଳ,୨୦।୧୨: ଡ୍ୟୁଟି ପାଇଁ ଯାଉଥିବା ବେଳେ ଦୁଇ ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ଅନୁଗୋଳ...

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ:ଧାରଣା ଦେଲେ ପଞ୍ଚାୟତବାସୀ

ଲାଞ୍ଜିଗଡ଼,୨୦।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କୁମଖାଳ ଗ୍ରାମ ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ସ୍ବାସ୍ଥ୍ୟକର୍ମୀ, କର୍ମଚାରୀ ନିୟମିତ ରହୁ ନ ଥିବା...

ଯୁବକଙ୍କୁ ନୃଶଂସ ଭାବରେ ହତ୍ୟା କଲେ ଦୁଇ ଭାଇ

ଥୁଆମୂଳ ରାମପୁର,୨୦/୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଟେଭାକଲମ ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ବିବାହିତ ଯୁବକ...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲିରେ ଆକ୍ରମଣ: ଜଣେ ଗୁରୁତର

ଆନନ୍ଦପୁର ୨୦।୧୨(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ କଣ୍ଟିପାଳ ପଞ୍ଚାୟତ କଣ୍ଟିପାଳ ଖିଲାର ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆଜି ସକାଳୁ ବିଜୁ...

ପଦଚ୍ୟୁତ ହେଲେ ବାଲସି ସରପଞ୍ଚ: ନାଏବ ସରପଞ୍ଚ ତୁଲାଇବେ ସରପଞ୍ଚଙ୍କ ଦାୟିତ୍ୱ

କେସିଙ୍ଗା,୨୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୃହୀତ ପାଇଁ ଗତ ୨୮...

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଖତ ଖାଉଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୦ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ଦୁଇଗୋଟି ପୁରୁଣା ସରକାରୀ ଆମ୍ବୁଲାନ୍ସ ଦୀର୍ଘବର୍ଷ ହେଲା ମେଡିକାଲ ପରିସରରେ...

ଚିଲିକାରେ ୬ଲକ୍ଷ ବିଦେଶାଗତ ପକ୍ଷୀ:ଜାନୁଆରୀ ୧୭ରେ ପକ୍ଷୀ, ୨୧ରେ ଡଲ୍‌ଫିନ ଗଣନା

ବାଲୁଗଁା,୨୦ା୧୨(ସଂଗ୍ରାମ ପାଇକରାୟ):ଶୀତର ପ୍ରକୋପ ବଢ଼ିଥିବା ବେଳେ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ମଧ୍ୟ ଆଗମନ ବଢ଼ିଛି। ଗତ ୧୮ତାରିଖ ତଥା ବୁଧବାର ସୁଦ୍ଧା ଚିଲିକାରେ ୧୦୨ ପ୍ରଜାତିର...

ଚାକିରିରୁ ବଞ୍ଚିତ ପ୍ରାର୍ଥୀଙ୍କୁ ଓପିଏସ୍‌ସି ଦେବ ୧ ଲକ୍ଷ କ୍ଷତିପୂରଣ

କଟକ,୨୦ା୧୨ (କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ତ୍ରୁଟି ଯୋଗୁ ୫ ବର୍ଷ ଧରି ଓଏଏସ୍‌ ଚାକିରିରୁ ବଞ୍ଚତ୍ତ ଜଣେ ଯୋଗ୍ୟ ପ୍ରାର୍ଥୀଙ୍କୁ ତାଙ୍କର ପ୍ରାପ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri