ରାସ୍ତା ନିର୍ମାଣରେ ଅନିୟମିିତତା

ନିଶ୍ଚିନ୍ତକୋଇଲି,୩୦।୪(ସ୍ବ.ପ୍ର.) ଗମନାଗମନର ସୁବିଧା ପାଇଁ ସରକାର ରାସ୍ତାଗୁଡିକୁ ପ୍ରଶସ୍ତୀକରଣ ଓ ଦୋହରାକରଣ କରିବା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଛି। ଏ ନେଇ ପଞ୍ଚାୟତର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। କଟକ ଜିଲା ନିଶ୍ଚିନ୍ତକୋଇଲି ଗ୍ରାମ ଉନ୍ନୟନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଅଧୀନରେ ଥିବା କଟରପଡା-କୁଳବଡକ୍ଷୀର ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ଓ ଚଞ୍ଚକତା କରାଯାଇଥିବା ନେଇ ସ୍ଥାନୀୟ ଲୋକପ୍ରତିନିଧିମାନେ ଲିଖିତ ଅଭିଯୋଗ କରି ଏହାର ତଦନ୍ତ ଦାବି କରିଛନ୍ତି।
ସେମାନଙ୍କ ଅଭିଯୋଗ ଅନୁଯାୟୀ, ନିଶ୍ଚିନ୍ତକୋଇଲି ବ୍ଲକ କେଣ୍ଟାଳୋ ପଞ୍ଚାୟତ ପଟ୍ଟନାୟକ ରାସ୍ତାଠାରୁ କଟରପଡା ଭାୟା କୁଳବଡ଼କ୍ଷୀର ପର୍ଯ୍ୟନ୍ତ ରାସ୍ତାର ପ୍ରଶସ୍ତୀକରଣ ଓ ଦୋହରାକରଣ ନିମନ୍ତେ ୫ କୋଟି ୬୦ ଲକ୍ଷ ଟଙ୍କାର ବ୍ୟୟ ବରାଦ କରାଯାଇଛି। ଟେଣ୍ଡର ମାଧ୍ୟମରେ ଠିକାଦାର ଚୟନ କରାଯାଇଛି। ମାତ୍ର ସମ୍ପୃକ୍ତ ଠିକାଦାର ବ୍ୟୟ ଅଟକଳ ଅନୁଯାୟୀ ରାସ୍ତା ନିର୍ମାଣ କରୁନାହାନ୍ତି। ନିର୍ମାଣ କାର୍ଯ୍ୟରେ ଅତି ନିମ୍ନମାନର ସାମଗ୍ରୀ ବ୍ୟବହାର କରାଯାଉଛି। ଫଳରେ ରାସ୍ତାର ସ୍ଥାୟିତ୍ୱ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସମ୍ପୃକ୍ତ ଠିକାଦାର ମନମୁଖିଭାବେ ଏହି କାର୍ଯ୍ୟ କରୁଥିଲାବେଳେ କୌଣସି ବିଭାଗୀୟ ଅଧିକାରୀ କାର୍ଯ୍ୟର ତଦାରଖ କରୁ ନ ଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଠିକାଦାର ରାସ୍ତା ମଝିରେ ନିର୍ମାଣ ସାମଗ୍ରୀ ବିକ୍ଷିପ୍ତଭାବେ ପକାଇଥିବାରୁ ସ୍ଥାନୀୟ ଅଞ୍ଚଳର ଲୋକେ ଗମନାଗମନରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷେ ଏହି ରାସ୍ତା ନିର୍ମାଣବେଳେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ କୌଣସି ସୂଚନା ଫଳକ ଲଗାଯାଇ ନ ଥିବା ବେଳେ ଜମିଅଧିଗ୍ରହଣ ମଧ୍ୟ କରାଯାଇନାହିଁ। ରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟୁତ୍‌ ଖୁଣ୍ଟଗୁଡ଼ିକ ମଧ୍ୟ ଅନ୍ୟତ୍ର ସ୍ଥାନାନ୍ତର କରାଯାଇନାହିଁ। ଏହାଛଡ଼ା ରାସ୍ତା ପାର୍ଶ୍ୱରେ ପୋଲ ଓ ଗାର୍ଡୱାଲ ନିର୍ମାଣ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏହି ରାସ୍ତାରେ ଉପରେ ସ୍ଥାନୀୟ କଟରପଡା, ସୁକରପଡା, କେଣ୍ଟାଳୋ, କଟିକଟା, ଅସୁରେଶ୍ୱର, ବାଲିଆପଦା ଆଦି ଗ୍ରାମର ଲୋକେ ନିର୍ଭର କରିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ରାସ୍ତା ନିର୍ମାଣରେ ଗୁଣବତ୍ତା କିପରି ଠିକ୍‌ ରହିବ,ତାହାକୁ ନିରୀକ୍ଷଣ କରିବା ପାଇଁ ସରପଞ୍ଚ ତୃପ୍ତିମୟୀ ନାୟକ, କଟରପଡା ପଞ୍ଚାୟତର ରାକେଶ କୁମାର ସାମଲଙ୍କ ସମେତ ବହୁ ଗ୍ରାମବାସୀ ଦାବି କରିଛନ୍ତି। ନଚେତ୍‌ ଆଗାମୀ ଦିନରେ ଅଞ୍ଚଳବାସୀ ବାଧ୍ୟ ହୋଇ ରାଜରାସ୍ତା ଅବରୋଧ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳର ନିର୍ବାଚିତ ଲୋକପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ରାଜ୍ୟ ମାନନିର୍ଦ୍ଧାରଣ ଅଧିକାରୀ, ୫-ଟି ସଚିବ, କଟକ ଜିଲାପାଳ, ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ନିକଟରେ ଲିଖିତ ଅଭିଯୋଗ କରିବା ସହ ଏହାର ତଦନ୍ତ ଦାବି କରିଛନ୍ତି। ଏସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ସରୋଜ କୁମାର ଗାହାଣଙ୍କୁ ପଚାରିବାରୁ ଅଭିଯୋଗ ପରେ କାର୍ଯ୍ୟ ବନ୍ଦ ରହିଛି। ଏ ସମ୍ପର୍କରେ ଠିକାଦାର ନିଶ୍ଚିନ୍ତକୋଇଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସମସ୍ୟା ସମାଧାନ ହେବା ପରେ କାର୍ଯ୍ୟ ଆରମ୍ଭ ହେବ ବୋଲି ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ହୀରକ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍‌ କୁମାର ଦେ)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍‌ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ...

ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର...

ମେଧାବୀ ଛାତ୍ରୀଙ୍କୁ ସହାୟତା

ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା...

ଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମା

ଗୋପାଳପୁର,୨୮ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାୟପୁର ଓ ନୂଆବକ୍ସିପଲ୍ଲୀ ଗ୍ରାମ ମଧ୍ୟଭାଗରେ ଶୁକ୍ରବାର ରାତିରେ ଏକ ଗାଈ ରାସ୍ତାପାର୍ଶ୍ୱରେ ପଡ଼ିଥିବା ଖାଦ୍ୟ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚର

କର୍ଲାମୁଣ୍ଡା:୨୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ରେଗଡା କଲୋନୀପଡାରେ ରହିବାର ୪୪ ବର୍ଷ ବିତିଯାଇଥିଲେ ମଧ୍ୟ ପଡାବାସୀଙ୍କୁ ସ୍ଥାୟୀ ପଟ୍ଟା...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri