ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍‌ ଲଞ୍ଚର ବ୍ୟାରେଲ୍‌କୁ କଲା ନଷ୍ଟ

ଜେରୁଜେଲମ୍‌,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍‌ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ ମଧ୍ୟ ନିସ୍ତାର ପାଇ ନ ଥିଲା। ଏକ ରିପୋର୍ଟ ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ଇସ୍ରାଏଲର ଯୁଦ୍ଧ ବିମାନ ଦକ୍ଷିଣ ଲେବାନନରେ ହେଜବୁଲ୍ଲା ସ୍ଥିତିକୁ ବୋମା ପକାଇ ଶହ ଶହ ରକେଟ୍‌ ଲଞ୍ଚ ବ୍ୟାରେଲକୁ ଟାର୍ଗେଟ କରିଥିଲା।

ଇସ୍ରାଏଲ ସେନା କହିଛି, ହେଜବୁଲ୍ଲା ଏହି ରକେଟ ବ୍ୟବହାର କରି ତୁରନ୍ତ ଇସ୍ରାଏଲ ଅଞ୍ଚଳ ଆଡ଼କୁ ଗୁଳିମାଡ଼ କରିଥାନ୍ତା। ଇସ୍ରାଏଲ ସେନା ଅନୁଯାୟୀ, ଏହାର ଯୁଦ୍ଧ ବିମାନଗୁଡ଼ିକ ପ୍ରାୟ ୧୦୦୦ ବ୍ୟାରେଲ ସହିତ ୧୦୦ରୁ ଅଧିକ ରକେଟ ଲଞ୍ଚ୍‌କୁ ଟାର୍ଗେଟ କରିଥିଲେ।

ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ୍‌) କହିଛି ଯେ, ଆତଙ୍କବାଦୀ ସଂଗଠନ ହେଜବୁଲ୍ଲାର ଭିତ୍ତିଭୂମି ତଥା ସାମର୍ଥ୍ୟକୁ ହ୍ରାସ କରିବା ପାଇଁ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରିବ। ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ ୟୋଆଭ ଗାଲାଣ୍ଟ କହିଛନ୍ତି, ଇସ୍ରାଏଲ ହେଜବୁଲ୍ଳା ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଜାରି ରଖିବ।

ବଢୁଥିବା ଟେନସନକୁ ଦେଖି ଅନେକ ଦେଶ ଏହାକୁ ଶେଷ କରିବାକୁ ଚେଷ୍ଟା କରୁଛନ୍ତି। ଏକ ସପ୍ତାହ ଧରି ଚାଲିଥିବା ବିବାଦ ପରେ ବ୍ରିଟିଶ ବୈଦେଶିକ ସଚିବ ଡେଭିଡ୍‌ ଲାମି ଇସ୍ରାଏଲ ଏବଂ ଲେବାନନର ହେଜବୁଲ୍ଲା ମଧ୍ୟରେ ତୁରନ୍ତ ବନ୍ଦ ଡାକରା ଦେଇଛନ୍ତି। ଅନ୍ୟପକ୍ଷରେ ଆମେରିକା ଆହୁରି ଟେନ୍‌ସନ୍‌ ହେବାର ଆଶଙ୍କା ପ୍ରକାଶ କରିଛି। ବୁଧବାର ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଉତ୍ତର ସୀମା ଅଞ୍ଚଳରୁ ସ୍ଥାନାନ୍ତରିତ ହଜାର ହଜାର ବାସିନ୍ଦାଙ୍କୁ ନିଜ ଘରକୁ ପଠାଇବାକୁ ଶପଥ ନେଇଛନ୍ତି।

ବାସ୍ତବରେ ହମାସ୍‌ ଉପରେ ଆକ୍ରମଣ ପରେ ଇସ୍ରାଏଲକୁ ସମର୍ଥନ କରିବା ପାଇଁ ଇରାନ ସମର୍ଥିତ ହେଜବୁଲ୍ଲା ଉତ୍ତର ଇସ୍ରାଏଲରେ ରକେଟ ମାଡ଼ କରିଥିଲା। ଏହି କାରଣରୁ ଅନେକ ଲୋକଙ୍କୁ ଦେଶର ସୀମା ଅଞ୍ଚଳ ଛାଡ଼ି କେନ୍ଦ୍ରକୁ ପଳାଇବାକୁ ପଡ଼ିଲା। ସେବେଠାରୁ ଇସ୍ରାଏଲ ଏବଂ ହେଜବୁଲ୍ଲା ମଧ୍ୟରେ ପ୍ରତିଦିନ ଗୁଳି ବିନିମୟ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ

ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍‌ସ ଫର୍‌ ଜଷ୍ଟିସ୍‌ର ଜେନେରାଲ କାଉନସିଲ ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ...

ଫୁଡ୍‌ ପ୍ୟାକେଜିଂ: ମଣିଷ ଶରୀରରେ ୩୬୦୦ କେମିକାଲ

ଜୁରିଚ୍‌, ୨୦।୯:ଫୁଡ୍‌ ପ୍ୟାକେଜିଂରେ ବ୍ୟବହୃତ ହେଉଥିବା ୩୬୦୦ରୁ ଅଧିକ କେମିକାଲ ମଣିଷ ଶରୀରରେ ଥିବା ନେଇ ବୈଜ୍ଞାନିକମାନଙ୍କର ଏକ ଅଧ୍ୟୟନ ସାମ୍‌ନାକୁ ଆସିଛି। ସୁଇଜରଲାଣ୍ଡର ଜୁରିଚ୍‌ସ୍ଥିତ...

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ...

ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ...

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା...

ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍‌ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା

ନୂଆଦିଲ୍ଲୀ,୧୯।୯: ଲେବାନନ୍‌ର ସଶସ୍ତ୍ର ସଂଗଠନ ହେଜ୍‌ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା...

ହିଜବୁଲ୍ଲା ମୁଖ୍ୟଙ୍କ ଭାଷଣ ଶେଷ ହେଉ ହେଉ ବୋମା ବର୍ଷା କଲା ଇସ୍ରାଏଲ, ଆଇଡିଏଫ କହିଲା…

ଜେରୁଜେଲମ,୧୯।୯: ଗତ ଦୁଇ ଦିନ ମଧ୍ୟରେ ଇସ୍ରାଏଲ ଲେବାନନ ଉପରେ ଦୁଇଟି ବଡ଼ ଆକ୍ରମଣ କରିଥିଲା। ପ୍ରଥମେ ମଙ୍ଗଳବାରରେ ଏକ ପେଜର୍‌ ବିସ୍ଫୋରଣ ହୋଇଥିଲା ଏବଂ...

କାହିଁକି ଅବସର ବୟସ ସୀମା ବଢାଇଲା ଚାଇନା, କରଜ ଦେଉଥିବା ଡ୍ରାଗନ ପାଖରେ ନାହିଁ…

ବେଜିଂ,୧୯।୯: ଚାଇନାରେ କ୍ରମାଗତ ଭାବେ ଜନସଂଖ୍ୟା ହ୍ରାସ ଏବଂ କର୍ମଚାରୀଙ୍କ ବୟସ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଅବସର ବୟସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri