ଗାଜା ଉପରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌: ୨୩ ମୃତ

ଗାଜାଷ୍ଟ୍ରିପ୍‌,୧୭।୪:ଗାଜା ଉପରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ ଯୋଗୁ ଗୋଟିଏ ପରିବାରର ୧୦ ଜଣଙ୍କ ସମେତ ୨୩ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ରାତିରୁ ଏହି ଆକ୍ରମଣ ଜାରି ରହିଥିଲା। ଗାଜାକୁ ୬ ସପ୍ତାହ ପର୍ଯ୍ୟନ୍ତ ଖାଦ୍ୟ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ଯୋଗାଣ ଅବରୋଧ କରିବାକୁ ଇସ୍ରାଏଲ୍‌ର ଘୋଷଣା ପରେ ଜାତିସଂଘ ଏହାର ପରିଣାମକୁ ନେଇ ଉଦ୍‌ବେଗ ପ୍ରକାଶ କରିଛି।
ଜାନୁଆରୀ ୧୯ରୁ ଇସ୍ରାଏଲ୍‌ ଏବଂ ହମାସ୍‌ ମଧ୍ୟରେ ଅସ୍ତ୍ରବିରତି ଆରମ୍ଭ ହୋଇଥିବାବେଳେ ଗତ ମାସରେ ଜେରୁଜେଲମ୍‌ ଏଥିରୁ ଓହରିଯାଇଥିଲା। ଅସ୍ତ୍ରବିରତି ଚୁକ୍ତିନାମାରେ ପରିବର୍ତ୍ତନକୁ ହମାସ୍‌ ଆତଙ୍କବାଦୀ ମାନିନେବା ନିମନ୍ତେ ଚାପ ପକାଇବା ପାଇଁ ଇସ୍ରାଏଲୀ ସୈନ୍ୟମାନେ ଗାଜା ଉପରେ ଆକ୍ରମଣ ଜାରି ରଖିଛନ୍ତି। ଦକ୍ଷିଣ ଭାଗରେ ଥିବା ଖାନ୍‌ ୟୁନିସ୍‌ ସହରରେ ଇସ୍ରାଏଲ୍‌ର ବୋମାମାଡ଼ ଯୋଗୁ ଗୋଟିଏ ପରିବାରର ୫ ଶିଶୁ, ୪ ମହିଳା ଓ ଜଣେ ପୁରୁଷଙ୍କ ମୃତ୍ୟୁ ଘଟିଛି। ଏହା ବ୍ୟତୀତ ଉତ୍ତର ଗାଜାରେ ହୋଇଥିବା ଏୟାରଷ୍ଟ୍ରାଇକ୍‌ରେ ୯ ଛୋଟ ପିଲାଙ୍କ ସମେତ ୧୩ ଜଣ ପ୍ରାଣ ହରାଇଥିବା ହସ୍ପିଟାଲ ସୂତ୍ରରୁ ଜଣାପଡ଼ିଛି। ଗାଜାର ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଖାଦ୍ୟ ପାଇଁ ସଂଘର୍ଷ କରୁଥିବାବେଳେ ଦାତବ୍ୟ ସଂସ୍ଥାଗୁଡ଼ିକରେ ଦୈନିକ ୧୦ ନିୟୁତଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ ହେଉଛି। ଯୋଗାଣ ବନ୍ଦ ଯୋଗୁ ଅନ୍ୟାନ୍ୟ ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମ ବନ୍ଦ ହୋଇଯାଇଛି। ଜାତିସଂଘ ଓ ଅନ୍ୟ ସଂଗଠନଗୁଡ଼ିକ ସେମାନଙ୍କ ଗଚ୍ଛିତ ସାମଗ୍ରୀକୁ ଦାତବ୍ୟ ରୋଷଶାଳାକୁ ପଠାଇଦେଇଛନ୍ତି। ଖାଦ୍ୟ ସଂଗ୍ରହର ଏକମାତ୍ର ଅନ୍ୟ ଉପାୟ ହେଉଛି ବଜାରରୁ କ୍ରୟ କରିବା। ଯୋଗାଣ ଅଭାବ ଯୋଗୁ ଏହିସବୁ ସାମଗ୍ରୀ ଏତେ ମହଙ୍ଗା ହୋଇଛି ଯେ, ଲୋକେ କିଣିବା ଅବସ୍ଥାରେ ନ ଥିବା ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri