ଗାଜାରେ ଦିନକୁ ଦିନ ବୃଦ୍ଧି ପାଉଛି ଇସ୍ରାଏଲର ଆକ୍ରମଣ

ଜେରୁଜେଲମ୍‌,୨ା୧୧: ଇସ୍ରାଏଲ-ହମାସ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧ ଆଜିକୁ ୨୭ ଦିନ ବିତିଲାଣି। ତଥାପି ଥମୁନି ଆକ୍ରମଣ। ଗାଜାରେ ଇସ୍ରାଏଲର ଆକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ହମାସ୍‌କୁ ହଟାଇବା ପାଇଁ ଇସ୍ରାଏଲ ଗାଜାରେ ବ୍ୟାପକ ଆକ୍ରମଣ କରିଚାଲିଛି। ଖାଦ୍ୟଠାରୁ ଆରମ୍ଭ କରି ବିଦ୍ୟୁତ୍‌ ଏବଂ ଇଣ୍ଟରନେଟ୍‌ ପର୍ଯ୍ୟନ୍ତ ସବୁକିଛି ଗାଜାରେ ବନ୍ଦ ରହିଛି। ଏଥିସହିତ ଏପର୍ଯ୍ୟନ୍ତ ହଜାର ହଜାର ଲୋକଙ୍କ ମୃତ୍ୟୁ ମଧ୍ୟ ହୋଇସାରିଲାଣି। ଏପରି ଘଡ଼ିସନ୍ଧି ମୁହୂର୍ତ୍ତରେ ଉତ୍ତର ଗାଜାର ମୁଖ୍ୟ ଡାକ୍ତରଖାନାରେ ଜେନେରେଟର ସେବା ଗୁରୁବାର ସକାଳେ ବନ୍ଦ ହୋଇଯାଇଥିଲା। ଫଳରେ ରୋଗୀମାନଙ୍କ ପାଇଁ ସମସ୍ୟା ସୃଷ୍ଟି ହୋଇଥିଲା। ଏହି ଡାକ୍ତରଖାନା ଜବାଲିଆ ଶରଣାର୍ଥୀ ଶିବିର ନିକଟରେ ରହିଛି। ଯେଉଁଠାରେ ଇସ୍ରାଏଲ ନିକଟରେ ଆକ୍ରମଣ କରିଥିଲା। ସୂଚନା ଅନୁଯାୟୀ, ଡାକ୍ତରଖାନା ଏକ ଛୋଟ ବ୍ୟାକ୍‌ଅପ୍‌ ଜେନେରେଟରରେ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରୁ ବେଆଇନ ଭାରତୀୟ ପ୍ରବାସୀ ବିଦା

ଓ୍ବାଶିଂଟନ,୨୭ା୧୦: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ମାସରେ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେଠାରେ ବେଆଇନ ଭାବେ ପ୍ରବେଶ କରି ରହିଯାଇଥିବା ଭାରତୀୟମାନଙ୍କୁ ବିଦା କରିଦିଆଯାଇଛି।...

ବାଂଲାଦେଶରେ ହିନ୍ଦୁଙ୍କ ବିଶାଳ ରାଲି

ଢାକା,୨୬ା୧୦: ସଂଖ୍ୟାଲଘୁ ଅଧିକାର ଦାବିରେ ବାଂଲାଦେଶ ହିନ୍ଦୁ ସମ୍ପ୍ରଦାୟର ହଜାର ହଜାର ଲୋକ ଚିଟ୍ଟାଗଙ୍ଗ୍‌ର ଐତିହାସିକ ଲାଲ୍‌ଦିଘି ମଇଦାନରେ ଶୁକ୍ରବାର ବିଶାଳ ରାଲି କରିଛନ୍ତି। ସେମାନଙ୍କର...

ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି

ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା...

ଇରାନର ଦକ୍ଷିଣ ପୂର୍ବରେ ଜୋରଦାର ଆକ୍ରମଣ, ୧୦ ପୋଲିସ କର୍ମୀ ମୃତ

ଦୁବଇ,୨୬।୧୦: ଶନିବାର ଇରାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ସିସ୍ତାନ ଏବଂ ବାଲୁଚିସ୍ତାନରେ ଏକ ପୋଲିସ କନଭେନ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ନ୍ୟୁଜ ଏଜେନ୍ସି...

ଜେଲରେ ବନ୍ଦ ଥିବା ନୋବେଲ ଶାନ୍ତି ପୁରସ୍କାର ବିଜେତା ନର୍ଗିସଙ୍କର ବଢିଲା ସମସ୍ୟା

ଦୁବଇ,୨୬।୧୦: ନୋବେଲ ଶାନ୍ତି ପୁରସ୍କାର ବିଜୟୀନି ନର୍ଗିସ ମୋହମ୍ମଦିଙ୍କ ସମସ୍ୟା ଥମିବାର ଯେମିତି ନାଁ ନେଉନାହିଁ। ତାଙ୍କୁ ପୁଣିଥରେ ଇରାନ କର୍ତ୍ତୃପକ୍ଷ ଅତିରିକ୍ତ ୬ମାସ କାରାଦଣ୍ଡରେ...

ଯୁଆଡେ ଚାହିଁଲେ ସେଆଡେ ହିନ୍ଦୁ, ବାଂଲାଦେଶରେ ସନାତନ ଜାଗରଣ ମଞ୍ଚର ବଡ଼ ପ୍ରଦର୍ଶନ

ଢାକା,୨୬।୧୦: ବାଂଲାଦେଶରେ ଲାଗାତାର ଭାବେ ସଂଖ୍ୟାଲଘୁ ବିଶେଷ କରି ହିନ୍ଦୁଙ୍କୁ ଟାର୍ଗେଟ କରାଯାଉଛି । ବର୍ତ୍ତମାନ ସଂଖ୍ୟାଲଘୁଙ୍କ ବିରୋଧରେ ଚାଲିଥିବା ହିଂସା ବିରୋଧରେ ସ୍ବର ଉତ୍ତୋଳନ...

ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ତେହହେରାନରେ ମିସାଇଲ ମାଡ

ତେହେରାନ,୨୬।୧୦: ସକାଳୁ ସକାଳୁ ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri