ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୪,୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୫୪୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୨୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୫୧ ହଜାର ୭୮୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୧୨ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨୨୬, ବାଲେଶ୍ୱରରୁ ୩୧୮, ବରଗଡ଼ରୁ ୮୫, ଭଦ୍ରକରୁ ୧୬୫, ବଲାଙ୍ଗୀରରୁ ୫୬, ବୌଦ୍ଧରୁ ୯୦, କଟକରୁ ୪୧୩, ଦେବଗଡ଼ରୁ ୨୩, ଢେଙ୍କାନାଳରୁ ୨୫୨, ଗଜପତିରୁ ୨୬, ଗଞ୍ଜାମରୁ ୪୩, ଜଗତ୍‌ସିଂହପୁରରୁ ୧୪୦, ଯାଜପୁରରୁ ୩୭୦, ଝାରସୁଗୁଡ଼ାରୁ ୨୭, କଳାହାଣ୍ଡିରୁ ୯୨, କନ୍ଧମାଳରୁ ୨୮, କେନ୍ଦ୍ରାପଡ଼ାରୁ ୫୯, କେନ୍ଦୁଝରରୁ ୯୬ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୮୭, ମାଲକାନଗିରିରୁ ୭୫, ମୟୂରଭଞ୍ଜରୁ ୨୧୬, ନବରଙ୍ଗପୁରରୁ ୧୧୮ , ନୟାଗଡ଼ରୁ ୧୨୮, ନୂଆପଡ଼ାରୁ ୧୪, ପୁରୀରୁ ୨୪୩, ରାୟଗଡ଼ାରୁ ୧୩୭, ସମ୍ବଲପୁରରୁ ୬୧ ସୁବର୍ଣ୍ଣପୁରରୁ ୬୦ ଓ ସୁନ୍ଦରଗଡ଼ରୁ ୧୦୩ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୧୦୬ ଅଛନ୍ତି।

Share