ସାଇବର ଠକଙ୍କୁ ସହଯୋଗ କରିବା ପଡ଼ିଲା ମହଙ୍ଗା

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ପାଟଣା ଥାନା ସାହାରପଡ଼ାରୁ ସାଇବର ଠକଙ୍କୁ ସିମ୍‌କାର୍ଡ ବିକିବା ଅଭିଯୋଗରେ ୩ ଜଣଙ୍କୁ ଗୁରୁବାର ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ମିଟୁଆଣି ଗ୍ରାମର ସତ୍ୟଜିତ୍‌ ସିଦ୍ଧାର୍ଥ ବାରିକ (୨୧), ଆନନ୍ଦପୁର ଥାନା କଞ୍ଚାସାହିର ଜ୍ଞାନଦୀପ ମହାପାତ୍ର (୨୨) ଓ ଘଷିପୁରା ଥାନାର ଖଡ଼ିବିଲର ତପନ ଜେନା (୩୧)।

ସୂଚନା ମୁତାବକ, ସେମାନେ ଧୀରଜ କୁମାର ମହାନ୍ତଙ୍କ ନାମରେ ବହୁ ସଂଖ୍ୟାରେ ମୋବାଇଲ ସିମ୍‌ କାର୍ଡ ବାହାର କରିଥିଲେ। ସେସବୁ ସାଇବର ସମ୍ପର୍କିତ ଠକେଇ ପାଇଁ ସାଇବର ଅପରାଧୀଙ୍କୁ ସହାୟତା କରିଥିଲେ।

ସମୁଦାୟ ୧୧୪ଟି ସିମ୍‌ କାର୍ଡ ଧୀରଜ କୁମାର ମହାନ୍ତଙ୍କ ନାମରେ ସକ୍ରିୟ କରାଯାଇଥିବା ଜଣାପଡ଼ିଛି। କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟର ମୁଖ୍ୟ ନିର୍ବାହୀ ଅଧିକାରୀ ଇଣ୍ଡିଆନ ସାଇବର କ୍ରାଇମ କୋ ଅର୍ଡିନେଶନରୁ ଗତ ମାର୍ଚ୍ଚ ୨୩ରେ କେନ୍ଦୁଝର ପୋଲିସ ଏ ସଂକ୍ରାନ୍ତରେ ସୂଚନା ପାଇଥିଲା।

ଏହାର ଯାଞ୍ଚକରି କେନ୍ଦୁଝର ସାଇବର ଅପରାଧ ଶାଖା ଥାନାରେ ଏକ ମାମଲା(ନଂ. ୧୦/୨୦୨୫) ରୁଜୁକରି ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ପୋଲିସ ସେମାନଙ୍କ ନିକଟରୁ ସତ୍ୟଜିତ୍‌ ସିଦ୍ଧାର୍ଥ ବାରିକଙ୍କ ନାମରେ ଆଧାର କାର୍ଡର ଜେରକ୍ସ କପି, ୩ ମୋବାଇଲ, ଫିଙ୍ଗର ପ୍ରିଣ୍ଟ ସ୍କାନର, ଜ୍ଞାନଦୀପ ମହାପାତ୍ରଙ୍କ ନାମରେ ଆଧାରକାର୍ଡ ଜେରକ୍ସ କପି ଜବତ କରି ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri