ଅଧିକାଂଶ ଜିଲାରେ ଆଜିଠୁ ବର୍ଷା

ଭୁବନେଶ୍ୱର,୮।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସକ୍ରିୟ ହେବ। ଏହା ପୂର୍ବରୁ ମଙ୍ଗଳବାର ଓ ବୁଧବାର ରାଜ୍ୟର ଅଧିକାଂଶ ଜିଲାରେ ସାଧାରଣରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ମଙ୍ଗଳବାର ଦକ୍ଷିଣ ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ତେବେ ବୁଧବାର ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସାଙ୍ଗକୁ କେତେକ ସ୍ଥାନରେ ଘଡ଼ ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ବୋଲି ପୂର୍ବାନୁମାନ କରାଯାଇଛି।

Share