୬ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର,୫।୮ (ବ୍ୟୁରୋ): ରାଜ୍ୟରେ ଆସନ୍ତା ୬ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ବିଶେଷକରି ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୫ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳ ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁରରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିପରି କଳାହାଣ୍ଡି, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଦେବଗଡ଼ରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ୬ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ। ୯ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Share