୨୬ ଦିନ ପୂର୍ବରୁ ଶେଷ ହେଲା ବିଧାନସଭା, ଶାସକ ଦଳ ଏକତରଫା ଭାବେ ବନ୍ଦ କରିଦେଇଥିବା କହିଲେ ବିରୋଧୀ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାର ୨୬ ଦିନ ପୂର୍ବରୁ ଶେଷ ହୋଇଛି। ନଭେମ୍ବର ୨୧ରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଡିସେମ୍ବର ୩୦ ଯାଏ ଚାଲିଥାନ୍ତା। ହେଲେ ମାତ୍ର ୪ ଦିନ ପରେ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ ଘୋଷଣା କରାଯାଇଛି। ଗୃହରେ ବିଶେଷ କିଛି କାର୍ଯ୍ୟ ନ ଥିବା ଦର୍ଶାଇ ଶୀତ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବୀ ରଖିବାକୁ ଶାସକ ଦଳ ପ୍ରସ୍ତାବ ଦେଇଥିଲା। ଏହାକୁ ବାଚସ୍ପତି ଗ୍ରହଣ କରିଥିଲେ। ଅନ୍ୟପକ୍ଷରେ ବିରୋଧୀ ଦଳଙ୍କ ସହ ବିଚାରବିମର୍ଶ ନ କରି ଶାସକ ଦଳ ଏକତରଫା ଭାବେ ଗୃହକୁ ବନ୍ଦ କରିଦେଇଛି ବୋଲି ବିରୋଧୀ ସଦସ୍ୟମାନେ ଅଭିଯୋଗ କରିଛନ୍ତି। ଅଧିବେଶନର ୪ଟି କାର୍ଯ୍ୟ ଦିବସ ମଧ୍ୟରେ ୩ଟି ସରକାରୀ ଓ ଗୋଟିଏ ବେସରକାରୀ କାର୍ଯ୍ୟ ଦିବସ ଥିଲା। ବିଧାନସଭା କାର୍ଯ୍ୟସୂଚୀ ଅନୁଯାୟୀ, ଅଧିବେଶନ ଡିସେମ୍ବର ୩୦ ଯାଏ ଚାଲିବାକୁ ଥିଲା । ଏଥିରେ ୩୦ କାର୍ଯ୍ୟ ଦିବସ ରହିଥିବା ବେଳେ ଏହାକୁ ଆଗୁଆ ବନ୍ଦକରି ଦିଆଯାଇଛି। ଏହି ଅଧିବେଶନରେ ୪ଟି ତାରକା, ୪୧୯ ଅଣତାରକା ପ୍ରଶ୍ନୋତ୍ତର ଗୃହରେ ଆଲୋଚନା ହୋଇଥିଲା। ସେହିପରି ଏହି ଅଧିବେଶନରେ ୧୭ଟି ବାର୍ଷିକ ରିପୋର୍ଟ, ୫୪ ପେପର, ଗୋଟିଏ ଷ୍ଟାଣ୍ଡିଂ କମିଟି ରିପୋର୍ଟ ଏବଂ ଗୋଟିଏ ବିଲ୍‌ ଗୃହରେ ଉପସ୍ଥାପନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri