ଭୁବନେଶ୍ବର,୨୨।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ବୁଧବାର ସୃଷ୍ଚି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଗୁରୁବାର ଲଘୁଚାପରେ ପରିଣତ ହୋଇଛି । ଏନେଇ ଉଭୟ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସ୍ପଷ୍ଟ କରାଯାଇଛି।
ଆଇଏମଡି ସୂଚନା ମୁତାବକ, ଲଘୁଚାପ ପ୍ରଭାବରେ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି ବୃଦ୍ଧି ପାଇପାରେ । ଲଘୁଚାପ ପ୍ରଭାବରେ ଆଗାମୀ କିଛି ସମୁଦ୍ର ଅଶାନ୍ତ ରହିବ। ଏନେଇ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ।
ଲଘୁଚାପ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ ଓ ମଧ୍ୟପ୍ରଦେଶ ଦେଇ ରାଜସ୍ଥାନ ଆଡ଼କୁ ଗତି କରିବ। ଫଳରେ ଏସବୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ୨୭ ତାରିଖ ରାଜସ୍ଥାନ ପହଞ୍ଚିବା ବେଳକୁ ଲଘୁଚାପ ଦୁର୍ବଳ ହୋଇଯିବ। ଅନ୍ୟପକ୍ଷରେ, ଆସନ୍ତା ୨୭ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଇଏମ୍ଡି ପୂର୍ବାନୁମାନ କରିଛି।