୫ରୁ ବର୍ଷିବ

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ମୌସୁମୀ ଚାଲିଯିବା ସହ ତାତି ବଢ଼ିବାରୁ ଅସହ୍ୟ ଗୁଳୁଗୁଳି ଅନୁଭବ ହେଉଛି। ତେବେ ପୁଣି ମୌସୁମୀ ବାୟୁ ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି। ଆଗକୁ ୨ଟି ଲଘୁଚାପ ହେବାକୁ ଥିବାରୁ ଆସନ୍ତା ୫ ତାରିଖରୁ ରାଜ୍ୟରେ ବର୍ଷା ବଢିବ । ପ୍ରଥମ ସପ୍ତାହ ଅର୍ଥାତ ସେପ୍ଟେମ୍ବର ୨ ରୁ ୮ ତାରିଖ ମଧ୍ୟରେ ପ୍ରଥମ ଲଘୁଚାପ ଓ ଦିତୀୟ ଟି ସେପ୍ଟେମ୍ବର ୯ ରୁ ୧୫ ମଧ୍ୟରେ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ୫ ତାରିଖ ବେଳକୁ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି।

Share