ଭୁବନେଶ୍ୱର, ୨୯।୯: ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପରେ ପଶ୍ଚିମବଙ୍ଗ ଉତ୍ତର ଓ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।