୬ରେ ଘୂର୍ଣ୍ଣିବଳୟ: ୫ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୪।୭: ରାଜ୍ୟରେ ୫ଦିନ ଯାଏ ବର୍ଷା ଜାରି ରହିବ। ୬ ଓ ୭ ତାରିଖ ବେଳକୁ କେତେକ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଏ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୬ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ପୂର୍ବନୁମାନ କରାଯାଇଛି। ଏହାର ପ୍ରଭାବରେ ୬ ଓ ୭ରେ କିଛି ଜିଲାରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଉଛି। ଏପରିକି ୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Share