ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ବର,୧୮।୬: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ବରଗଡ଼ ଓ ବାଲେଶ୍ବର । ଏହି ସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି।

ସେହିପରି ଆଗାମୀ ୨ ଦିନ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୨୩ ତାରିଖ ପରେ ମୁଖ୍ୟତଃ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Share