ଦୁଇଦିନ ଧରି ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୮।୧୦ (ବ୍ୟୁରୋ): ପଶ୍ଚିମବଙ୍ଗର ଗାଙ୍ଗେୟ କ୍ଷେତ୍ର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ପଶ୍ଚିମବଙ୍ଗ ତତସଂଲଗ୍ନ ଉତ୍ତର ଓଡ଼ିଶାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଯାଏ ବ୍ୟାପିଛି। ଏହାର ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୋମବାର ସକାଳ ସାଢ଼େ ୮ଟାରୁ ମଙ୍ଗଳବାର ସକାଳ ସାଢ଼େ୮ଟା ଭିତରେ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ଗୋଟଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼ ଙ୍କୋନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Share