୩ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର,୫।୮: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଗୁରୁବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ କେନ୍ଦୁଝର, ମୟୁରଭଞ୍ଜ ଏବଂ କଳାହାଣ୍ଡି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାନିଂ ଦିଆଯାଇଛି।

ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ାରେ ବର୍ଷା ସାଙ୍ଗକୁ ବର୍ଜପାତ ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଜିଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହିପରି ୬ରୁ ୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଗୁରୁବାର ଗୋପାଳପୁରରେ ୩୪.୪ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୧୯.୦ଡିଗ୍ରୀ ତାପମାତ୍ରା ରହିଥିଲା।

Share