୨ ଦିନ ଏହି ୧୪ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୮।୧୦: ଶୁକ୍ରବାର ଓ ଶନିବାର ୧୪ ଜିଲାରେ ପ୍ରବଳ ବର୍ଷିବ। ତେବେ ବର୍ଷାକୁ ନେଇ ଏହି ୧୪ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି। ଏସବୁ ଜିଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି।

ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ। । ଏପରି ସ୍ଥଳେ ଓଡ଼ିଶା ପାଇଁ ବାତ୍ୟା ବିପଦ ଘନେଇଲାଣି। ଏହାକୁ ନେଇ ଚାଷୀଙ୍କ ମନରେ ଛନକା ପଶିଲାଣି।

ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୦ ତାରିଖରେ ଉତ୍ତର ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ। ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ଲଘୁଚାପର ଗତିବିଧି ଉପରେ ନଜର ରଖାଯାଇଛି। ପରବର୍ତ୍ତୀ ସମୟରେ ଏ ନେଇ ସୂଚନା ଦିଆଯିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ସେବାୟତଙ୍କୁ ହାଣିଲେ ଦୁର୍ବୃତ୍ତ, ରକ୍ତ ଜୁଡୁବୁଡୁ ହୋଇ…

ପୁରୀ,୧୮।୧୦: ପୁରୀରେ ପୁଣି ବୁଲିଲା ଭୁଜାଲି। କୌଣସି ସାଧାରଣ ଲୋକ ନୁହେଁ ଦୁର୍ବୃତ୍ତ ଜଣେ ସେବାୟତଙ୍କୁ ଭୁଜାଲିରେ ହାଣି ଦେଇଛନ୍ତି। ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା...

ଝାରପଡ଼ା ଜେଲ୍‌ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ...

ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ

ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି...

ଜୟନାରାୟଣଙ୍କ ବିସ୍ଫୋରକ ବୟାନ୍‌: ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ,ଯୋଗାଯୋଗରେ ଅଛନ୍ତି…

ଭୁବନେଶ୍ୱର,୧୮।୧୦: ଭାଜପା ବିଧାୟକ ଜୟନାରାୟଣ ମିଶ୍ର ଶୁକ୍ରବାର ଏକ ଭବିଷ୍ୟବାଣୀ କରିଛନ୍ତି। ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ ବୋଲି ସେ ପୂର୍ବାନୁମାନ କରିଛନ୍ତି। ବିଜେଡିର...

କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍‌, ବାଇକ୍‌

କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ...

ଭରତପୁର ଥାନା ମାମଲା: ଟେଷ୍ଟ ରିପୋର୍ଟ ଆସିନି, ତଦନ୍ତ କମିଶନଙ୍କ ନିକଟରେ ହାଜର ହୋଇ ଏଡିଜି କହିଲେ…

ଭୁବନେଶ୍ୱର,୧୮ା୧୦: ଭରତପୁର ଥାନା ଘଟଣାରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ତଦନ୍ତ କମିଶନଙ୍କ ନିକଟରେ ହାଜର ହେବା ବେଳେ...

ମୋକିମଙ୍କ ବିସ୍ଫୋରକ ବୟାନ: ବିଜେଡି, ଭାଜପାର ବହୁ ନେତା….

ଭୁବନେଶ୍ୱର,୧୮।୧୦: ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବଡ଼ ବୟାନ ଦେଇ କହିଛନ୍ତି, ବହୁ ବିଜେଡି ନେତା କଂଗ୍ରେସ ସହ ଯୋଗାଯୋଗରେ ଅଛନ୍ତି।...

ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ

ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍‌ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri