ଆଜିବି ପ୍ରବଳ ବର୍ଷିବ:  ଆହୁରି ଦୁଇ ଦିନ…

ଭୁବନେଶ୍ୱର,୮।୯: ଆଜି  ମଧ୍ୟ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ରବିବାର  ଦକ୍ଷିଣ ଓ ଉପକୂଳ ଓଡ଼ିଶାର  ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର  ପୂର୍ବାନୁମାନ କରିଛି । କିଛି ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ଗଞ୍ଜାମ, ଗଜପତି, ରାୟଗଡ଼ା ମାଲକାନଗିରି ଏବଂ କୋରାପୁଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ତେଣୁ ଏ ସବୁ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।
ସେହିପରିଭାବେ କେନ୍ଦ୍ରାପଡ଼ା ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ନୟାଗ କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ।
ଲଘୁଚାପ ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
Share