୨୭ ଯାଏ ବର୍ଷିବ

ଭୁବନେଶ୍ୱର,୨୬ା୬(ଅନୁରାଧା ମହାରଣା): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ଆଗାମୀ ଦୁଇଦିନ ଯାଏ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରବିବାର କଟକ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଅପରାହ୍ନ ୫ଟା ସୁଦ୍ଧା ଅନୁଗୋଳରେ ସର୍ବାଧିକ ୧୫୨ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବୌଦ୍ଧରେ ୬୨ମିମି, ଢେଙ୍କାନାଳରେ ୫୭ ମିମି, ହୀରାକୁଦରେ ୪୩.୨ ମିମି ଓ ପୁରୀରେ ୪୦.୨ ମିମି ବର୍ଷା ହୋଇଛି। ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ପାଇଁ ୧୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ ବରଗଡ଼ ଜିଲାରେ ପ୍ରବଳ ବର୍ଷା ସହ କେତେକ ସ୍ଥାନରେ ଅତିରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏସବୁ ସ୍ଥାନରେ ୭ରୁ ୨୦ ସେମି ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଅନୁଗୋଳ, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ଥିବାରୁ ଏସବୁ ଜିଲାଗୁଡ଼ିକରେ ଜଳବନ୍ଦୀ ସମସ୍ୟା ଉପୁଜିବା ସହ କଚ୍ଚାଘର ପ୍ରତି ବିପଦ ରହିଛି। ସହରାଞ୍ଚଳରେ ଯାତାୟାତ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି। ଖାଲୁଆ ଚାଷଜମିଗୁଡିକରେ ପାଣି ଜମିବାର ସମ୍ଭାବନା ଥିବାରୁ ଜଳ ନିଷ୍କାସନ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବା ସହ ପାଚିଲା ଫସଲ ଅମଳ ପାଇଁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି। ଅନ୍ୟପକ୍ଷରେ ସୋମବାର ନବରଙ୍ଗପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ନୟାଗଡ଼ ଓ ଖୋର୍ଦ୍ଧାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲାଗୁଡ଼ିକରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆକଳନ କରାଯିବା ସହ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ମଙ୍ଗଳବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଆଦି ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୬୦ ଦିନରେ…

ଭୁବନେଶ୍ୱର,୨୩।୯: ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଉଚ୍ଚସ୍ତରୀୟ ବୈଠକ ପରେ  ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ...

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri