ଭୁବନେଶ୍ୱର,୭।୮(ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୧ ତାରିଖ ଯାଏ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି। ଏ ନେଇ ୧୧ ଜିଲାକୁୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେ ସବୁ ଜିଲା ଗୁଡ଼ିକ ହେଲା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ଗଞ୍ଜାମ, ପୁରୀ ଓ ରାୟଗଡ଼ା । ଆଜି ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଉଛି।