୧୪ ଯାଏ ଝଡ଼ବର୍ଷା ଆଶଙ୍କା

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଝଡବର୍ଷା ଲାଗି ରହିବା ଫଳରେ ଗ୍ରୀଷ୍ମର ପ୍ରକୋପରୁ ରାଜ୍ୟବାସୀଙ୍କୁ ତ୍ରାହି ମିଳିଛି। ପାରଦ ୪୦ ଡିଗ୍ରୀ ତଳେ ରହିଛି। ରବିବାର ମଧ୍ୟରାତ୍ରିରେ ଉପକୂଳ ଓଡିଶାର ଅନେକ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବାଲେଶ୍ୱରରେ ସର୍ବାଧିକ ୫୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୩୨, ଦାରିଙ୍ଗିବାଡି ୩୨, ଚାନ୍ଦବାଲି ୧୦.୬, କଟକ ୮.୨, ପୁରୀ ୧୮, କେନ୍ଦୁଝର ୨୧, ଅନୁୋଗଳ ୪.୨, ବାରିପଦା ୪.୨, ବଲାଙ୍ଗୀର ୪.୨, କୋରାପୁଟ ୧୭, ଫୁଲବାଣୀ ୧୨, ଟିଟିଲାଗଡରେ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଏଥିଯୋଗୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ହ୍ରାସ ପାଇଛି। ମାଲକାନିଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଥିବା ବେଳେ ରାଜ୍ୟର ଅନ୍ୟାନ୍ୟ ଭାଗରେ ତାପମାତ୍ରା ଏହା ତଳକୁ ରହିଛି। ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଅପାଡା, କନ୍ଧମାଳ, କଳାହାଣ୍ଡି,ବଲାଙ୍ଗୀର, ରାୟଗଡା, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ନରବଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲାର କେତେକ ସ୍ଥାନରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୩ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଢେଙ୍କାନାଳ ଏବଂ କନ୍ଧମାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡବର୍ଷା ହେବ। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି।

Share