୨୩ ବର୍ଷ ହେଲା ଦୀପତଳ ଅନ୍ଧାର

ଖମାର/କଣିହାଁ/ଅନୁଗୋଳ, ୨୬।୬(ରଜନୀକାନ୍ତ ମହାରଣା/ସଚ୍ଚିଦାନନ୍ଦ ପ୍ରଧାନ/ଅମିତ ସାମଲ): ରାଜ୍ୟରେ ଦୁର୍ନୀତି ଚରମ ସୀମାରେ ପହଞ୍ଚତ୍ଛି। ମୁଖ୍ୟମନ୍ତ୍ରୀ ଆଖିରେ ଅନ୍ଧପୁଟୁଳି ବାନ୍ଧି ବସିଛନ୍ତି। ୨୩ ବର୍ଷର ସ୍ଥାଣୁ ସରକାରରେ ଦୀପତଳ ଅନ୍ଧାର। ଶିଳ୍ପସମୃଦ୍ଧ ଅନୁଗୋଳ ଜିଲା ଅବହେଳିତ ବୋଲି ବିଜେଡି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଅନୁଗୋଳ ଜିଲା ଗସ୍ତର ଦ୍ୱିତୀୟ ଦିନରେ ରବିବାର ପାଲଲହଡ଼ା ବ୍ଲକ ଖମାର କଲେଜ ପଡ଼ିଆରେ ଆୟୋଜିତ ଗରିବ କଲ୍ୟାଣ ସମାବେଶରେ ଯୋଗଦେଇ ଧର୍ମେନ୍ଦ୍ର କୃଷି, ଜଳସେଚନ, ଅପହଞ୍ଚ ବିଦ୍ୟୁତ୍‌ ଆଦି ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ।
ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଏହି ସମାବେଶରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ କହିଲେ,କଣିହାଁ ହେଉଛି କୃଷି ଆଧାରିତ ଅର୍ଥନୀତି ଅଞ୍ଚଳ। ରେଙ୍ଗାଳି ଡ୍ୟାମ୍‌, ସମଲ ବ୍ୟାରେଜ୍‌, ରେଙ୍ଗାଳି ଲେଫ୍ଟ କେନାଲ, ରେଙ୍ଗାଳି ରାଇଟ କେନାଲ, ପ୍ରସ୍ତାବିତ ଦୁର୍ଗାପୁର କେନାଲ ଏଠାରେ ଅଛି। ମାତ୍ର ଦୀର୍ଘ ୨୩ ବର୍ଷର ଅପାରଗ ଶାସନ କାରଣରୁ ଇଞ୍ଚେ ଜମିରେ ଜଳସେଚନ ବ୍ୟବସ୍ଥା ହୋଇପାରିନାହିଁ। ସମାକୋଇ ଜଳସେଚନ ପ୍ରକଳ୍ପ ଆକାଶ କଇଁଆ ଚିଲିକା ମାଛ ଭଳି ହୋଇଛି। ତାଳଚେର ତାପଜ ବିଦ୍ୟୁତ୍‌ କେନ୍ଦ୍ର ଥିବା ସତ୍ତ୍ୱେ ଏଠାରେ ବିଜୁଳି ଶକ୍ତି ସଙ୍କଟ ରହିଛି। ଶିକ୍ଷା, ସ୍ବାସ୍ଥ୍ୟ ଭିତ୍ତିଭୂମି ବିପର୍ଯ୍ୟସ୍ତ ହୋଇପଡ଼ିଛି। ରାଜ୍ୟ ସରକାରଙ୍କ ଅପାରଗତା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ତୃତୀୟ ମହଲାର କେତେଜଣ ମୁଖ୍ୟମନ୍ତ୍ରୀଙ୍କ ନଁା ନେଇ ରାଜ୍ୟରେ ହରିଲୁଟ କରୁଛନ୍ତି। ପ୍ରଶ୍ନ କଲେ ଦିନରେ ଲଣ୍ଠନ ଦେଖାଇବା ଭଳି କଥା କହୁଛନ୍ତି ବୋଲି ସେ କହିଛନ୍ତି।
ଭାଜପା ସରକାର ସମୟରେ ଅନୁଗୋଳ ଜିଲା ଓଡ଼ିଶା ରାଜକୋଷକୁ ପ୍ରାୟ ୬୦ ହଜାର କୋଟି ଟଙ୍କା ଦେଇଛି। ଏହାସତ୍ତ୍ୱେ ଅଞ୍ଚଳର ଯୁବକ ଦାଦନ ଖଟିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ହୋଇଥିବା ଗରିବ କଲ୍ୟାଣ ଯୋଜନାରେ ଅନୁଗୋଳ ବିଶେଷ ଲାଭବାନ ହୋଇଛି। ଖଣିନୀତି ସଂସ୍କାରରୁ ଓଡ଼ିଶାକୁ ୨୦୨୨-୨୩ରେ ପ୍ରାୟ ୫୦ ହଜାର କୋଟି ଟଙ୍କା ରାଜସ୍ବ ମିଳିଛି, ଯାହା ପୂର୍ବ ସରକାର ଅମଳରେ ମାତ୍ର ୫ ହଜାର କୋଟି ଥିଲା। ଓଡ଼ିଶାରେ ୨୦୨୩ ଜାନୁୟାରୀ ସୁଦ୍ଧା ଡିଏମ୍‌ଏଫ୍‌ ବାବଦରେ ୨୧ ହଜାର ୩୭୪ କୋଟି ଟଙ୍କା ଆଦାୟ ହୋଇଛି। କେନ୍ଦ୍ର ସରକାର ଉକ୍ତ ପାଣ୍ଠି ବିନିଯୋଗରେ ଖଣି ପ୍ରଭାବିତ ଅଞ୍ଚଳରେ ଜନକଲ୍ୟାଣକାରୀ କାର୍ଯ୍ୟ କରୁଛନ୍ତି। ଅନୁଗୋଳ-ସୁକିନ୍ଦା ରେଳଲାଇନ ସହ ରେଳ ଭିତ୍ତିଭୂମିକୁ ମଜଭୁତ୍‌ କରାଯାଇଛି ବୋଲି ଧର୍ମେନ୍ଦ୍ର କହିଛନ୍ତି।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କଣିହାଁସ୍ଥିତ ତାଳଚେର ପ୍ରଜାମଣ୍ଡଳ ଶହୀଦ ସ୍ମୃତି ସ୍ତମ୍ଭ, ପ୍ରଜାମଣ୍ଡଳ ଆନ୍ଦୋଳନର କର୍ଣ୍ଣଧାର ପବିତ୍ର ମୋହନ ପ୍ରଧାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। କଂସମୁଣ୍ଡାସ୍ଥିତ ରାଧାକୃଷ୍ଣ ମନ୍ଦିର, ବଡ଼ଗୁଣ୍ଡୁରୀସ୍ଥିତ ମାଉସୀ ମା’ ମନ୍ଦିରରେ ଦିଅଁ ଦର୍ଶନ ସହ ପଦଯାତ୍ରାରେ ଯୋଗଦେଇଥିଲେ। ଏଥିସହ ନାଲ୍‌କୋନଗରରେ ସମ୍ବିଧାନ ପ୍ରଣେତା ଡ. ଭୀମାରାଓ ଆମ୍ବଡକରଙ୍କ ଆବକ୍ଷ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ପ୍ରତିକୂଳ ପାଗ ସତ୍ତ୍ୱେ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ନେତା କର୍ମୀ ଏଥିରେ ସାମିଲ ହୋଇଥିଲେ। ବରିଷ୍ଠ ନେତା ରୁଦ୍ରନାରାୟଣ ପାଣି, ରାଜ୍ୟ ସମ୍ପାଦକ କାଳିନ୍ଦୀ ସାମଲ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତି, ଲିଙ୍ଗରାଜ ଦାସ, ଚନ୍ଦନ ସ୍ବରାଜ, ନୃସିଂହ ବରାଳ, ସୁଦୀପ ଗଡ଼ନାୟକ, ପର୍ଶୁରାମ ବାରିକ, ମନୋଜ ପ୍ରଧାନ, ପ୍ରଶାନ୍ତ ନନ୍ଦ, ଦେବେନ୍ଦ୍ର ବାରିକ, ଲୋକନାଥ ସାହୁ, ଅଳକା ସାହୁ, ସରପଞ୍ଚ ରଞ୍ଜିତା ବେହେରା, ସସ୍ମିତା ଦଳେଇ, ଶ୍ରମିକ ନେତା ବିରଞ୍ଚତ୍ ସାହୁ, ସୁଶାନ୍ତ ସାମଲ, ସୁଲେନ୍‌ ଧର, ବିଏମ୍‌ଏସ ନେତା ରମେଶ ସାମଲ, ଜଗନ୍ନାଥ ସାହୁ ପ୍ରମୁଖ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ଶୁଣିଲା ନାହିଁ ପ୍ରଶାସନ, ରାସ୍ତା ମରାମତି କଲେ ଗାଁ ଯୁବକ

କେନ୍ଦୁଝର,୨୨।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ଭାଟୁଣୀଆଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଦିନକୁ ଦିନ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ପୁଣି ଲଜ୍ଜା: ମାର୍କେଟ୍‌ ଆସିଥିବା ବେଳେ ସାନଭଉଣୀଙ୍କୁ ଗଣବଳାତ୍କାର, ବଡ଼ ଭଉଣୀଙ୍କୁ ଅସଦାଚରଣ

ରାଉରକେଲା,୨୨ା୯: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପୁଣି ଏକ ଲଜ୍ଜାକର ଘଟଣା ଘଟିଛି। ସାନଭଉଣୀକୁ ଗଣବଳାତ୍କାର କରାଯାଇଥିବାବେଳେ ବଡ଼ ଭଉଣୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ବଳାତ୍କାରର...

ଚରମ ନିଷ୍ପତ୍ତି : ଜାଗା ପାଇଁ ଦେହରେ ପେଟ୍ରୋଲ ଢାଳି ନିଜୁକ ଜାଳିଲେ

ନୀଳଗିରି,୨୨।୯(ପ୍ରଶାନ୍ତ କୁମାର ବିଶ୍ବାଳ): ଜିଲାପରିଷଦ ପାଣ୍ଠିରୁ ଗାଁ ଲୋକେ ନିର୍ମାଣ କରୁଥିଲେ କଂକ୍ରିଟ ରାସ୍ତା। ହେଲେ ଏହି ରାସ୍ତାକୁ ନିଜ ଜାଗା କହି ରାସ୍ତା ନିର୍ମାଣକୁ...

୫ ଦିନ ହେଲା ନାହିଁ ନେଟୱାର୍କ, ପାଇପ କାମ ଚାଲିଥିବା ବେଳେ କାର୍ଯ୍ୟ ବନ୍ଦ କଲେ ଲୋକେ

ଦାରିଙ୍ଗବାଡି, ୨୨।୯ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ଅଞ୍ଚଳରେ ଗତ ୫ ଦିନ ହେଲା ନେଟୱାର୍କ ଅଚଳ ହୋଇପଡିଛି ।...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri