ଜୀବନ୍ତ ଗିଳି ଦେବାକୁ ଚେଷ୍ଟା କରୁଥିଲା ଅଜଗର, ବ୍ୟକ୍ତି ଜଣଙ୍କ କଲେ ଏଭଳି, ଭିଡିଓ ଦେଖିଲେ…

ଭୋପାଳ,୨୬।୭: ମଧ୍ୟପ୍ରଦେଶର ଜବଲପୁରର କଲ୍ୟାଣପୁର ଗ୍ରାମରେ ୧୫ ଫୁଟ ଲମ୍ବର ଅଜଗର ସାପ ଆକ୍ରମଣ କରିବା ପରେ ଜଣେ ବ୍ୟକ୍ତି ମୃତ୍ୟୁ ମୁଖରୁ ରକ୍ଷା ପାଇଯାଇଛନ୍ତି। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ମିଳିଥିବା ସୂଚନାନୁସାରେ, ବ୍ୟକ୍ତି ଜଣଙ୍କ ଜଙ୍ଗଲକୁ ଶୌଚ ହେବାକୁ ଯାଇଥିଲେ। ସେହି ସମୟରେ ଏକ ଅଜଗର ନିଜ ଦେହରେ ଗୁଡାଇ ଦେବା ସହ ଜୀବନ୍ତ ଗିଳି ଦେବାକୁ ଚେଷ୍ଟା କରିଥିଲା। ବ୍ୟକ୍ତିଜଣଙ୍କ ଚତୁରତାର ସହ ତା’ ମୁହଁକୁ ଧରି ପକାଇ ଜୋରରେ ଚିତ୍କାର କରି ସାହାଯ୍ୟ ମାଗିଥିଲେ। ସେହି ବାଟ ଦେଇ କିଛି ଲୋକ ଯାଉଥିଲେ। ବ୍ୟକ୍ତିଙ୍କ ପାଟି ଶୁଣି ଘଟଣା ସ୍ଥଳରେ ପହଞ୍ଚିଥିଲେ। ସେମାନେ ପହଞ୍ଚିଲା ବେଳକୁ ଅଜଗରଟି ବ୍ୟକ୍ତିଙ୍କୁ ନିଜ ଦେହରେ ପୂରା ଗୁଡାଇ ସାରିଥିଲା। ସ୍ଥାନୀୟ ଲୋକମାନେ ଅଜଗର କବଳରୁ ବ୍ୟକ୍ତିଙ୍କୁ ରକ୍ଷା କରିାକୁ ଯାଉ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ମାରିଦେଇଥିଲେ। ଯାହା ପରେ ବ୍ୟକ୍ତି ଜଣଙ୍କ ଉଦ୍ଧାର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ।

ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ଏବେ ଅପେକ୍ଷା କରିଛନ୍ତି ଝିଅର ମୃତ ଦେହକୁ

ଶିମଲା,୨୨।୧୨: ପଞ୍ଜାବର ସୋହାନା, ମୋହାଲିରେ ଭୁଷୁଡି ପଡିଥିବା ବିଲଡିଂକୁ ନେଇ ହିମାଚଳ ପ୍ରଦେଶର ଏକ ପରିବାରରେ ଶୋକର ଛାୟା ଖେଳିଯାଇଛି। ନିଜ ଝିଅର ବିବାହ ପାଇଁ...

ପ୍ରେମିକାଙ୍କୁ ହୋଟେଲ ଉପରୁ ଠେଲିଦେଲେ ପ୍ରେମିକ, ବାନ୍ଧିଲା ପୋଲିସ

ବାରାଣସୀ, ୨୨।୧୨: ଉତ୍ତରପ୍ରଦେଶର ବାରାଣସୀ ଜିଲା ଚେତଗଞ୍ଜ ଥାନା ରାମକୋଟରାସ୍ଥିତ ଏକ ହୋଟେଲର ତୃତୀୟ ମହଲାରୁ ଶୁକ୍ରବାର ଫୁର୍କନ ନାମକ ଜଣେ ଯୁବକ(୨୩) ନିଜ ପ୍ରେମିକା...

କେମିତି ଅଛନ୍ତି ପ୍ରତାପ ଷଡଙ୍ଗୀ, ମୁକେଶ ରାଜପୁତ? ଅପଡେଟ ଦେଲା ହସ୍ପିଟାଲ

ନୂଆଦିଲ୍ଲୀ,୨୨।୧୨: ସଂସଦ ବାହାରେ ଝଗଡା ପରେ ଉଭୟ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତଙ୍କୁ ଦିଲ୍ଲୀର ଆରଏମଏଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି...

ଆମେରିକାକୁ ବାଧ୍ୟ କଲା ଭାରତର ଶକ୍ତି, ଏହି ନିୟମକୁ କରିବାକୁ ପଡିଲା ପରିବର୍ତ୍ତନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୧୨: ଏବେ ସାରା ବିଶ୍ୱରେ ଭାରତର ଶକ୍ତି ଏବଂ ଏହାର ସାମର୍ଥ୍ୟର ଶବ୍ଦ ଶୁଣିବାକୁ ମିଳୁଛି। ଆଜି ବିଶ୍ୱର ସମସ୍ତ ଦେଶ ଭାରତର ଶକ୍ତିକୁ ସ୍ବୀକୃତି...

କୁଏତରେ ଶ୍ରମିକଙ୍କ ସହ ଓଡ଼ିଆରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୨ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି। ସେଠାରେ ଭାରତୀୟ ତଥା ଓଡ଼ିଆ ଶ୍ରମିକଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି ।...

୨୪ ଘଣ୍ଟାରେ ଏହି ରାଜ୍ୟରେ ଗିରଫ ହେଲେଣି ୪୧୬ ଜଣ, ଆଶ୍ଚର୍ଯ୍ୟ କରିବ ଏହା ପଛର କାରଣ

ଗୁଆହାଟି,୨୨।୧୨: ଆସାମ ସରକାର ବାଲ୍ୟ ବିବାହ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରିଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରବିବାର (୨୨ ଡିସେମ୍ବର ୨୦୨୪)ରେ କହିଛନ୍ତି ଯେ...

କଂଗ୍ରେସ ପାଇଁ ଖରାପ ଖବର

ଚଣ୍ଡିଗଡ଼,୨୨।୧୨: ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସ ପରାଜୟର ସମ୍ମୁଖୀନ ହୋଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ମଧ୍ୟ ମୁଣ୍ଡ ଉପରେ ରହିଛି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri