ଆଜି ବାହୁଡ଼ିବେ ମହାବାହୁ

ପୁରୀ,୧୫ା୭(ଅଜିତ୍‌ କୁମାର ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ଧରି ନବଦିନାତ୍ମକ ଯାତ୍ରାରେ ବାହାରି ରଥାରୂଢ଼ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ଦାରୁବିଗ୍ରହମାନେ ନବଦିନାମତ୍କ ଯାତ୍ରା ସାରି ସୋମବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି। ମହାପ୍ରଭୁ ଆଡ଼ପ ମଣ୍ଡପରେ ଲୀଳା ସାରି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବା ପାଇଁ ପ୍ରସ୍ତୁତ ଥିବାବେଳେ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ ରହିଛନ୍ତି।

ସେବାୟତ ଓ ଭକ୍ତମାନେ ଉତ୍କଣ୍ଠାର ସହ ଚାହିଁବସିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାହୁଡ଼ା ଯାତ୍ରାର ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇଛି। ସୋମବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପ ଲାଗି ଓ ରୋଷ ହୋମ, ଅବକାଶ ୫ଟା, ସୂର୍ଯ୍ୟପୂଜା ୫ଟା ୧୫, ଦ୍ୱାରପାଳ ପୂଜା ଓ ବେଶ ଶେଷ ୫ଟା ୩୦ରେ ହେବ। ସେହିପରି ଗୋପାଳ ବଲ୍ଲଭ ଓ ସକାଳ ଧୂପ ସକାଳ ୫ଟା ୪୫ରୁ ୬ଟା ୪୫, ସେନାପଟା ଲାଗି ସକାଳ ୭ରୁ ପୂର୍ବାହ୍ନ ୧୧ଟା ୩୦, ମଙ୍ଗଳାର୍ପଣ ୧୧ଟା ୪୫, ମଙ୍ଗଳାର୍ପଣ ପରେ ଡୋର ଲାଗି ହୋଇ ମଧ୍ୟାହ୍ନ ୧୨ଟାରେ ପହଣ୍ଡି ଆରମ୍ଭ ହୋଇ ଅପରାହ୍ନ ୨ଟା ୩୦ରେ ପହଣ୍ଡି ସରିବ। ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଚାରମାଳ ଫିଟା, ଘୋଡାଲାଗି ଅପରାହ୍ନ ୩ଟାରୁ ୪ଟା ହେବାପରେ ୪ଟାରୁ ରଥଟଣା ଆରମ୍ଭ ହେବ।

ରଥଟଣା ସରିବା ପରେ ଅନ୍ୟାନ୍ୟ ନୀତି ରଥ ଉପରେ ହେବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରଣ କରାଯାଇଥିବା ନୀତିନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହେବ ବୋଲି ସେବାୟତମାନଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୧୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ କରିଡର କରାଯିବ। ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ରବିବାର ରାତି ୧୨ଟାରୁ ଟ୍ରାଫିକ କଟକଣା ଲାଗୁ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ହୋଇଛି। ମହାପ୍ରଭୁଙ୍କ କୃପାରୁ ବାହୁଡ଼ା ଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ...

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି

ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି...

ରାଜ୍ୟରେ ବଢୁଛି ନାରୀ ନିର୍ଯାତନା: ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ସଂଧ୍ୟାରେ ବରଗଡ଼ ନଗର ଓ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଓଡିଶାରେ ବଢୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image