ନାମାଙ୍କନ ପ୍ରତ୍ୟାହାର କରିନେବେ ଜଗନ୍ନାଥ

ଭୁବନେଶ୍ୱର,୨୭।୮: ରାଜ୍ୟ ସଭା ପାଇଁ ସ୍ବାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଥିଲେ ଜଗନ୍ନାଥ ପ୍ରଧାନ। ହେଲେ ମଙ୍ଗଳବାର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେବା ପାଇଁ ଜଗନ୍ନାଥ ଏହି ସୂଚନା ଦେଇଛନ୍ତି।

ଅନ୍ୟପକ୍ଷେ ମମତା ମହାନ୍ତଙ୍କ ନାଁ ଭାଜପା ଘୋଷଣା କରିବା ପରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ମମତା ନାମାଙ୍କନ ଦାଖଲ କରିଥିଲେ। ମମତାଙ୍କ ନାମାଙ୍କନ ଦାଖଲ କରିବାର କିଛି ସମୟ ପରେ ଜଗନ୍ନାଥ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ।

ଗତ ସାଧାରଣ ନିର୍ବାଚନରେ ଜଗନ୍ନାଥ ଭୁବନେଶ୍ୱର ମଧ୍ୟ ଆସନରୁ ଭାଜପାର ପ୍ରାର୍ଥୀ ହୋଇଥିଲେ। ତେବେ ୩୭ ଖଣ୍ଡ ଭୋଟରେ ସେ ପରାଜିତ ହୋଇଥିଲେ। ତେବେ ରାଜ୍ୟରେ ଭାଜପାର ବିଧାୟକ ସଂଖ୍ୟାକୁ ଦୃଷ୍ଟି ଦେଲେ ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହାନ୍ତ ରାଜ୍ୟସଭାକୁ ଯିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି।

ସୂଚନାଯୋଗ୍ୟ ଯେ, ମମତା ମହାନ୍ତଙ୍କୁ ୨୦୨୦ରେ ବିଜେଡି ରାଜ୍ୟସଭା ପଠାଇଥିଲା। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଏବଂ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ବେଳେ ସେ ଅସନ୍ତୋଷ ଥିଲେ। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ କରିଥିଲେ। ଏହାର ଗୋଟିଏ ଦିନ ପରେ ସେ ଭାଜପାରେ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri