ରତ୍ନ ଭଣ୍ଡାର ଖୋଲିବା ନେଇ ଜଗତଗୁରୁ  ଶଙ୍କରାଚାର୍ଯ୍ୟଙ୍କ ବିସ୍ଫୋରକ ବୟାନ: କହୁକହୁ କହିଦେଲେ…

ଭୁବନେଶ୍ୱର,୬।୭: ରତ୍ନ ଭଣ୍ଡାର ଖୋଲିବା ନେଇ ପୁରୀ ଶଙ୍କରାଚାର୍ଯ୍ୟ ଏକ ବଡ଼ ଏବଂ ବିସ୍ଫୋରକ ବୟାନ ଦେଇଛନ୍ତି। ଜଗତଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି,‘ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ କୌଣସି ପଦକ୍ଷେପ ନେବା ପୂର୍ବରୁ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେବା ଉଚିତ। ହେଲେ ମୋର ଉପସ୍ଥିତରେ ବୈଠକ ହେଉନାହିଁ, କି ମୋତେ କୌଣସି ସୂଚନା ମିଳୁନାହିଁ। ମୁଁ କେମିତି ପରାମର୍ଶ ଦେବି । ଶାସନତନ୍ତ୍ରର ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ଜ୍ଞାନ ନାହିଁ । ତେଣୁ ରତ୍ନଭଣ୍ଡାର ଖୋଲିବା ନେଇ ମୁଁ କିଛି ଜାଣି ନାହିଁ, ମୁଁ କିଛି କହି ପାରିବି ନାହିଁ। କାହିଁକି କମିଟି ଗଠନ ହୋଇଛି ମୋତେ କିଛି ଜଣା ନାହିଁ’ ।

ସୂଚନାଯୋଗ୍ୟ, ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଆଜି ବସିବ। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ଏହି ବୈଠକ ଅନୁଷ୍ଠିତ ହେବ। ପୂର୍ବତନ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ ସଦସ୍ୟ ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ବିସ୍ତୃତ ଆଲୋଚନା କରିବେ। ଯଦି ରଥଯାତ୍ରା ସମୟରେ ଖୋଲାଯାଏ, ତେବେ କିଭଳି ପ୍ରକ୍ରିୟା ରହିବ ତା ଉପରେ ସବିଶେଷ ଆଲୋଚନା କରାଯିବ।

ବିଜେଡି ସରକାର ସମୟରେ ରତ୍ନ ଭଣ୍ଡାର ଯାଞ୍ଚ ନିମନ୍ତେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଅରଜିତ୍‌ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠିତ ହୋଇଥିଲା। ହେଲେ ଭାଜପା ସରକାର ଏହି କମିଟିକୁ ଭାଙ୍ଗି ଦେବା ସହ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: ପାର୍ବଣରେ ପାଗ ଶୁଖିଲା

ଭୁବନେଶ୍ୱର,୫ା୧୦(ଅନୁରାଧା ମହାରଣା):ଉତ୍ତର ବଙ୍ଗୋପସାଗର ଏବଂ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ...

ଖୁସି ଖବର:ଆଜି ନିଯୁକ୍ତି ପାଇବେ ୧୬ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୫ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬ହଜାର ୯ଜଣ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶନିବାର ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ...

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ...

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri