Categories: ଜାତୀୟ

ନାମାଙ୍କନପତ୍ର ଦାଖଲ କଲେ ଜଗଦୀପ ଧନକର

ନୂଆଦିଲ୍ଲୀ,୧୮।୭: ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକର ସୋମବାର ସଂସଦ ଭବନରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଅନେକ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିଥିଲେ। ନାମାଙ୍କନ ଦାଖଲ କରିବା ପୂର୍ବରୁ ଧନକର ପଶ୍ଚିମବଙ୍ଗର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି। ଧନଖଡ ପ୍ରଥମ ପ୍ରସ୍ତାବକ ଭାବେ ପ୍ରଧାନମନ୍ତ୍ରୀ ମୋଦି ଦସ୍ତଖତ କରିଥିବା ବେଳେ ପ୍ରାର୍ଥିପତ୍ରକୁ ରିଟର୍ଣ୍ଣିଂ ଅଫିସରକୁ ହସ୍ତାନ୍ତର କରିଦିଆଯାଇଛି। ଅନ୍ୟପକ୍ଷରେ, ରାଜସ୍ଥାନର ପୂର୍ବତନ ରାଜ୍ୟପାଳ ମାର୍ଗାରେଟ୍‌ ଆଲ୍‌ଭାଙ୍କୁ ବିରୋଧୀ ଦଳଗୁଡିକ ମିଳିତ ପ୍ରାର୍ଥୀ କରିଛନ୍ତି। ମଙ୍ଗଳବାର ମାର୍ଗାରେଟ୍‌ ଆଲ୍‌ଭା ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।

Share