ଜଗଦୀଶ ନାଲ୍‌କୋର ନୂତନ ନିର୍ଦ୍ଦେଶକ

ଭୁବନେଶ୍ୱର, ୧୨।୧୦: ନାଲ୍‌କୋର ନୂତନ ନିର୍ଦ୍ଦେଶକ (ପ୍ରୋଜେକ୍ଟ ଆଣ୍ଡ ଟେକ୍ନିକାଲ) ଭାବେ ଜଗଦୀଶ ଅରୋରା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଆରୋରା ସେଲ୍‌ ଅନ୍ତର୍ଗତ ସେଣ୍ଟର ଫର୍‌ ଇଞ୍ଜିନିୟରିଂ ଆଣ୍ଡ ଟୋକ୍ନୋଲୋଜିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରି ଆସୁଥିଲେ। ଉଲ୍ଲେଖଯୋଗ୍ୟ, ଜଗଦୀଶ ଏନ୍‌ଆଇଟି, ଓ୍ବାରାଙ୍ଗଲରୁ ମେକାନିକାଲ ଇଞ୍ଜିନିୟିରିଂରେ ପିଜିଡିଏମ୍‌ ଡିଗ୍ରୀ ହାସଲ କରିବା ପରେ ଅରୋରା ସେଲ୍‌ରେ ମ୍ୟାନେଜମେଣ୍ଟ ଟ୍ରେନିଂ (ଟେକ୍‌ନିକାଲ) ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ବିଶେଷକରି ମେଟାଲ ମାଇନିଂ ଇଣ୍ଡଷ୍ଟ୍ରିର ବିଭିନ୍ନ ଦିଗ ଉପରେ କାର୍ଯ୍ୟ କରିବାର ବିଶେଷ ଅଭିଜ୍ଞତା ଓ ଦକ୍ଷତା ଅରୋରାଙ୍କ ନିକଟରେ ରହିଛି। ଏପରିକି ସେଲ୍‌ରେ ୩ ଦଶନ୍ଧିରୁ ଅଧିକ ସମୟ ଧରି କାର୍ଯ୍ୟ କରିବା ସହ ଅରୋରା ବିଭିନ୍ନ ପଦପଦବୀରେ ରହି ଚ୍ୟାଲେଞ୍ଜିଂ କାର୍ଯ୍ୟଗୁଡ଼ିକୁ ସଫଳତାର ସହ ନିର୍ବାହ କରିଛନ୍ତି। ଏହି ପରିପ୍ରେକ୍ଷୀରେ ନାଲ୍‌କୋର ଅଧ୍ୟକ୍ଷ ଶ୍ରୀଧର ପାତ୍ର ଜଗଦୀଶଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କ ଯୋଗଦାନ ଦ୍ୱାରା ନାଲ୍‌କୋ ବୋର୍ଡ ଅଧିକ ମଜଭୁତ ହେବ ବୋଲି ଆଶା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri