ଜୟ ମହାକାଳ ଫାଉଣ୍ଡେସନର ରକ୍ତଦାନ ଶିବିର , ଥାଲାସେମିଆ ରୋଗୀଙ୍କ ପାଇଁ ବଡ଼ ପଦକ୍ଷେପ

ଯାଜପୁର,୨୪।୯: ରକ୍ତଦାନ ମହତଦାନ । ଏହା ଆଉ ଏକ ଜୀବନକୁ ବଞ୍ଚେଇ ରଖେ । ଯାହା ସମସ୍ତଙ୍କ ଭାଗ୍ୟରେ ନ ଥାଏ । ଜରୁରୀକାଳୀନ ପରିସ୍ଥିତି ପାଇଁ ରକ୍ତଦାନ କରି ବହୁ ସଂଖ୍ୟକ ରକ୍ତଦାତା ଏକଥା କହିଛନ୍ତି । ଯାଜପୁରର ଏକ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଜୟ ମହାକାଳ ଫାଉଣ୍ଡେସନ ତରଫରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ରକ୍ତ ଅଭାବରୁ ଅନେକ ରୋଗୀଙ୍କ ଜୀବନ ଯାଉଛି । ତେଣୁ ଥାଲାସେମିଆ ରୋଗୀଙ୍କ ପାଇଁ ରକ୍ତ ଅଭାବ ଦୂର କରିବାକୁ ଏଭଳି ଏକ ମହତ ଶିବିରର ଆୟୋଜନ ହୋଇଛି । ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟ ପ୍ରଭାତ କୁମାର ସେଠୀଙ୍କ ଜନ୍ମଦିନ ଅବସରରେ ଏପରି ମହତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଏଥିରେ ମୁଖ୍ୟ ଅତିଥି ରୂପେ କୋରାଇ ଥାନା ଅଧିକାରୀ ସଞ୍ଜୀବ କୁମାର ପରିଡ଼ା ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । ଏଥିସହ ସମ୍ମାନିତ ଅତିଥି ଭାବେ ସବଇନସ୍ପେକ୍ଟର ସୁଦର୍ଶନ ସେଠୀ ଯୋଗ ଦେଇଥିଲେ। ତେବେ ଏହି ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ବିଭିନ୍ନ ଆଡୁ ରକ୍ତଦାତା ଆସି ରକ୍ତଦାନ କରିବା ସହ ଏଥିରେ ମୋଟ ୨୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି । ଫାଉଣ୍ଡେସନର ବହୁ ସଂଖ୍ୟକ ସଦସ୍ୟ ସଦସ୍ୟା ଏଥିରେ ଯୋଗ ଦେଇ କାର୍ଯ୍ୟକ୍ରମଟିକୁ ସଫଳ କରାଇଛନ୍ତି। ରାଜେଶ କୁମାର ରାଉତ, ପପୁନ, ଅନିଲ, ଦୁଷ୍ମନ୍ତ, ଦେବରାଜ, ମିଲନ କୁମାର, ଅରବିନ୍ଦ ସାହୁ, ଶ୍ରୀରାମ କୁମାର ସାହୁ, ଅନନ୍ତ ତରାଇ, ରାକେଶ କୁମାର ସାହୁ, ଚିନ୍ମୟ କୁମାର ଦାସ, ପ୍ରଦୀପ କୁମାର ଦାସ, ମନୋଜ କୁମାର ଦାସ, ସରୋଜ ପ୍ରଧାନ, ପ୍ରଦୀପ କୁମାର ଯେନା, ଲୋକନାଥ ସେନାପତି , ପ୍ରତାପ କେଶରୀ ମହାପାତ୍ର, ରାଜେନ୍ଦ୍ର ତରାଇ, ଶୁଭଶ୍ରୀ ସାହୁ, ଶ୍ରଦ୍ଧାଞ୍ଜଳି ସାହୁ, ପୂଜାରାଣୀ ସାହୁ, ପ୍ରାର୍ଥନା ଦାସ ଆଦି କାର୍ଯ୍ୟକ୍ରମଟିକୁ ସୂଚାରୁରୂପେ ତୁଲାଇଥିଲେ । ତେବେ ଆଗାମୀ ଦିନରେ ମଧ୍ୟ ଏହିପରି ମହତ କାର୍ଯ୍ୟକ୍ରମ ଜୟ ମହାକାଳ ଫାଉଣ୍ଡେସନ ତରଫରୁ ଜାରି ରହିବ ବୋଲି ଫାଉଣ୍ଡେସନ ତରଫରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପିଠରେ ଶୋଡଶ ଉପଚାରପର୍ବ ଆରମ୍ଭ

ପୁରୁଷୋତ୍ତମପୁର,୨୪।୯ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ରହିଥିବା କିମ୍ବଦନ୍ତିପୂର୍ଣ ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀ ଓ ଜଳେଶ୍ୱରଖଣ୍ଡି ଗ୍ରାମରେ ବିଜେ ମା’...

ମହାସମାରୋହରେ ପାଳିତ ହେଲା ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ

ଭବାନୀପାଟଣା/ଜୁନାଗଡ଼, ୨୪।୯(ଉତ୍ତମ କୁମାର ଦାଶ /ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧୃଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ଵରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ସନ୍ଧାରେ ମହାସମାରୋହରେ...

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୨୪ା୯(ଦୁର୍ଯ୍ୟୋଧନ ପାତ୍ର)- ଛତିଶଗଡ଼ ସୁକ୍‌ମାରେ ୨ ମାଓବାଦୀ ସୋଡି ଭୀମା ଓ ମୁଦାମି ହଣ୍ଡା ପୋଲିସ ନିକଟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି। ସୋଡିଙ୍କ ନାମରେ...

ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ହତ୍ୟାର ୮ ଦିନ ପରେ ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ତେନ୍ତୁଳିଖୁଣ୍ଟି,୨୪।୯(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟାଗାଁରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟାର ୮ ଦିନ ପରେ ପୋଲିସ ହାତରେ ପଡିଛନ୍ତି...

ପୋଲିସକୁ ତୀରମାଡ, ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି

ବଣାଇ,୨୪।୯ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ବଡଜଲ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ମସ୍ତିସ୍କ ବିକୃତ...

ସରିଲା ବାଲିଯାତ୍ରା: ଶେଷଦିନରେ ଭକ୍ତଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ: ବିଶ୍ୱାସ ଅଛି ବାଲିଯାତ୍ରା ହେଲେ ଶୀତ ଆସେ। ଆଉ ବାଲିଯାତ୍ରା ସମୟରେ ପ୍ରବଳ ବର୍ଷା ହେବାର ନଜିର ରହିଛି। ଏହା...

ଜରାଜୀର୍ଣ୍ଣ ଅବସ୍ଥାରେ ବଡ଼ ଶଙ୍ଖ ଯାତ୍ରୀ ବିଶ୍ରାମାଗାର

ବ୍ରାହ୍ମଣୀଗାଁ,୨୪।୯:ସରକାର ଲୋକଙ୍କ ହିତ ପାଇଁ ଅଜସ୍ର ଟଙ୍କା ଖର୍ଚ୍ଚ କରୁଥିବାବେଳେ ବ୍ରାହ୍ମଣୀଗାଁରେ ଚିତ୍ର କିଛି ଓଲଟା ରହିଛି। ବ୍ରାହ୍ମଣୀଗାଁ ଥାନା ଅଧୀନସ୍ଥ ବଡ଼ଶଙ୍ଖ ଛକ ନିକଟରେ...

ତିରୁପତି ପରେ ଶ୍ରୀମନ୍ଦିର? ଜିଲାପାଳଙ୍କ ବଡ଼ ସୂଚନା…

ପୁରୀ,୨୪।୯: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri