Advertisement

ଜଗା ଦର୍ଶନ ସୌଭାଗ୍ୟର ଦିନ କହିଲେ ଜୟଶଙ୍କର

ପୁରୀ,୭।୧: ପୁରୀରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର। ଜଗାଙ୍କୁ ଦର୍ଶନ ପରେ ଆଜି ବହୁତ ବଡ଼ ସୌଭାଗ୍ୟର ଦିନ ବୋଲି ଜୟଶଙ୍କର ଗଣମାଧ୍ୟମକୁ କହିଛନ୍ତି। ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡ଼ିଶା ସରକାର ଭଲ ପ୍ରସ୍ତୁତି କରିଛନ୍ତି। ଓଡ଼ିଶା ମାନଚିତ୍ରକୁ ସାରା ଦୁନିଆରେ ସ୍ଥାନିତ କରିବୁ ବୋଲି ଜୟଶଙ୍କର ପ୍ରକାଶ କରିଛନ୍ତି।

ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ସେ ସିଧାସଳଖ କୋଣାର୍କ ଯାଇଥିଲେ। କୋଣାର୍କ ଇକୋରିଟ୍ରିଟରେ ସେ ରାତ୍ରିଯାପନ କରିଥିଲେ। ମଙ୍ଗଳବାର ସକାଳେ ସେ କୋଣାର୍କ ପରିସର ବ୍ୟାଖାନ କେନ୍ଦ୍ର ବୁଲି ଦେଖୁଛନ୍ତି। ଏପରିକି କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଥିଲେ। ପରେ ସେଠାରୁ ପୁରୀ ଗସ୍ତରେ ଯାଇ ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ମହାପ୍ରଭୁଙ୍କୁ ଦର୍ଶନ କରିଥିଳେ। ଏପରି କି ମହାପ୍ରଭୁଙ୍କଠାରେ ଆଶୀର୍ବାଦ ଭିକ୍ଷା କରିଥିଲେ।

ଅନ୍ୟପକ୍ଷେ ସେଠାରୁ ଭୁବନେଶ୍ୱର ଆସି ଧଉଳି ଶାନ୍ତିସ୍ତୂପ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏପରିକି ପ୍ରବାସୀ ଭାରତୀୟ ସମ୍ମିଳନୀ ନେଇ ଜୟଶଙ୍କର ଓଡ଼ିଶାରେ ଭବ୍ୟ ଭାବେ ‘ପ୍ରବାସୀ ଭାରତୀୟ ଦିବସ’ କାର୍ଯ୍ୟକ୍ରମ ଆୟୋଜିତ ହେଉଥିବା କହିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share