ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜେଲ୍‌ ଗଲେ ଜେଲ୍‌ ସୁପରିଟେଣ୍ଡେଣ୍ଟ

ଭୁବନେଶ୍ୱର,୭।୯: ଝାରପଡା ଜେଲର ପୂର୍ବତନ ସୁପରିଟେଣ୍ଡେଣ୍ଟ ତଥା କେନ୍ଦୁଝର ଜେଲର ବର୍ତ୍ତମାନର ସୁପରିଟେଣ୍ଡେଣ୍ଟ ଭାବେ କାର୍ଯ୍ୟରତ ସତ୍ୟ ପ୍ରକାଶ ସ୍ବାଇଁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି। ତାଙ୍କୁ ଶନିବାର ଗିରଫ କରାଯାଇଛି।
ରାଜ୍ୟରେ ଗତ କିଛି ମାସ ହେବ ଭିଜିଲାନ୍ସ ସକ୍ରିୟ ହୋଇ ବିଭିନ୍ନ ବିଭାଗରେ କାମ କରୁଥିବା ଦୁର୍ନୀତିଗ୍ରସ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରୁଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା ହେଉ ବା ଲାଞ୍ଚ ମାମଲାରେ ସରକାରୀ କର୍ମଚାରୀଙ୍କୁ ଗିରଫ କରୁଛି । ତେବେ ଦୀର୍ଘ ୭ ବର୍ଷ ପରେ ଜେଲ ବିଭାଗର ଜଣେ ଅଧିକାରୀ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଝାରପଡା ଜେଲର ପୂର୍ବତନ ସୁପରିଟେଣ୍ଡେଣ୍ଟ ତଥା କେନ୍ଦୁଝର ଜେଲର ବର୍ତ୍ତମାନର ସୁପରିଟେଣ୍ଡେଣ୍ଟ ଭାବେ କାର୍ଯ୍ୟରତ ସତ୍ୟ ପ୍ରକାଶ ସ୍ବାଇଁଙ୍କୁ ଭିଜିଲାନ୍ସ ଧରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ନେଇ ଜେଲ ସୁପରିଟେଣ୍ଡେଣ୍ଟ ସତ୍ୟପ୍ରକାଶଙ୍କ ନାଁରେ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଏକ ମାମଲା ହୋଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୭ଟି ସ୍ଥାନରେ ଚଢାଉ କରାଯାଇଥିଲା। କେନ୍ଦୁଝରରେ ଥିବା ଅଫିସ ସହ ସରକାରୀ ବାସଭବନ, ଲକ୍ଷ୍ମୀସାଗରରେ ଥିବା ବାସଭବନ, ଶ୍ୱଶୁର ଘର, ଖଣ୍ଡଗିରି ସିଦ୍ଧିବିହାର ବାସଭବନ, ଝାରପଡା ଜେଲ ପୁରୁଣା କ୍ୱାର୍ଟର୍ସ, ଭଦ୍ରକରେ ଥିବା ପୈତୃକ ଘରେ ଚଢ଼ାଉ ବେଳେ ଘର ଓ ପ୍ଲଟ ଦେଖି କାବା ହୋଇଛି ଭିଜିଲାନ। ଏହା ଚଢ଼ାଉରେ ୧୨ ଜଣ ଡିଏସପି,୧୧ ଜଣ ଇନ୍ସପେକ୍ଟର ସମେତ ଅନ୍ୟାନ କର୍ମଚାରୀ ସାମିଲ ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । ଚଢାଉ ବେଳେ ଭିଜିଲାନ୍ସ ଟିମ ସତ୍ୟପ୍ରକାଶଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଖୋଜି ବାହାର କରିଛି। ଏହାସହ ଦାମୀ ମଦ ମଧ୍ୟ କିଛି ଘରୁ ମିଳିବାରୁ ପ୍ରମାଣ ପାଇଛି ଭିଜିଲାନ୍ସ ।
ଭିଜିଲାନ୍ସ ରିପୋର୍ଟ ଅନୁଯାୟୀ ଭୁବନେଶର ଝାରପଡ଼ାରେ ୪ ମହଲା ବିଶିଷ୍ଟ କୋଠା। ୩୩୦୦ ବର୍ଗ ଫୁଟରରେ ହୋଇଥିବା ଏହି କୋଠାର ଦାମ ପ୍ରାୟ ୧.୬୪ କୋଟି ଟଙ୍କା ବୋଲି ଭିଜିଲାନ୍ସ ଟିମ ଜାଣିବାକୁ ପାଇଛି । ସେହିପରି ଭୁବନେଶର, ବଲାଙ୍ଗୀର, ଢେଙ୍କାନାଳରେ ମୂଲ୍ୟବାନ ଘର ଡିହ ପ୍ଲଟ, ଭୁବନେଶର ଧଉଳିରେ ପ୍ଲଟ, ବଲାଙ୍ଗୀରରେ ୨ଟି ପ୍ଲଟ, ଢେଙ୍କାନାଳ ମହିଷାପାଟରେ ପ୍ଲଟର ସନ୍ଧାନ ପାଇଛି ଭିଜିଲାନ୍ସ । ଏହାସହ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର,ବ୍ୟାଙ୍କ ଓ ପୋଷ୍ଟାଲ ଡିପୋଜିଟରେ ଥିବା ୬.୨୪ ଲକ୍ଷ, ଗୋଟିଏ ଲେଖାଏଁ କାର ଓ ବାଇକ ,୧୪.୪୬ ଲକ୍ଷ ଟଙ୍କାର ଘରୋଇ ସାମଗ୍ରୀ ଠାବ କରିଛି।
ତେବେ ତଦନ୍ତ ଚାଲିଥିବାରୁ ସମ୍ପତ୍ତି ପରିମାଣ ବଢିବାର ସମ୍ଭାବନ ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । ୨୦୦୧ ରେ କୁଚିଣ୍ଡା ସବ ଜେଲର ଆସିଷ୍ଟାଣ୍ଟ ଭାବେ ସତ୍ୟପ୍ରକାଶ ସାଇଁ ଚାକିରି ଆରମ୍ଭ କରିଥିଲେ । ଗତ ଜୁନରେ ଝାରପଡାରୁ ବଦଳି ହୋଇ କେନ୍ଦୁଝର ଜିଲା କାରାଗାରର ସୁପରିଟେଣ୍ଡେଣ୍ଟ ଭାବେ ନିଯୁକ୍ତି ପାଇଥିଲେ। ଜେଲରେ କଏଦୀଙ୍କୁ ଭିଆଇପି ଟ୍ରିଟମେଣ୍ଟ ଦେବା ପାଇଁ ଲକ୍ଷାଧିକ ଟଙ୍କା ଟଙ୍କା ନେବା ଓ ଜେଲ ଭିତରେ ଅନ୍ତେବାସୀଙ୍କୁ ନିଶା ଚାଲାଣରେ ଭଳି ସାଙ୍ଘାତିକ ଅଭିଯୋଗ ସତ୍ୟପ୍ରକାଶଙ୍କ ନାଁରେ ପିଟିସନ ଫାଇଲ ହୋଇଥିବା ସୂଚନା ମିଳିଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ...

ମୁଖ୍ୟମନ୍ତ୍ରୀଙ୍କ ହୃଦୟ ଜିଣିଲେ ଆଶାକର୍ମୀ ଶିବାନୀ, ଟେଲିଫୋନ୍‌ କରି ଦେଲେ ଏଭଳି ପ୍ରତିଶ୍ରୁତି

ଭୁବନେଶ୍ୱର/ରାଜନଗର,୨୫।୧୦: ବାତ୍ୟା ‘ଦାନା’ ପାଇଁ ଭିନ୍ନକ୍ଷମ ମହିଳାଙ୍କୁ ପିଠିରେ ବୋହି ବାତ୍ୟା ଆଶ୍ରୟସ୍ଥଳକୁ ନେଇ ଚର୍ଚ୍ଚାରେ ଅଛନ୍ତି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶାକର୍ମୀ ଶିବାନୀ ମଣ୍ଡଳ।...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା...

ପ୍ରବଳ ବର୍ଷା ଆଲର୍ଟ, ସବୁ ସ୍କୁଲ ଛୁଟି

ଭଦ୍ରକ,୨୫।୧୦: ବାତ୍ୟା ପରେ ଉପକୂଳ ଜିଲାରେ ଜାରି ରହିଛି ପ୍ରବଳ ବର୍ଷା। ବାତ୍ୟା ପରେ ତୁହାକୁ ତୁହା ବର୍ଷାରେ ବେହାଲ ହେଳାଣି ଉପକୂଳିଆ ଜିଲା। ପାଣିପାଗ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବାତ୍ୟା ଅଞ୍ଚଳରେ ମିଳିବ ନୂଆ ପକ୍କା ଘର, ଏମାନେ ପାଇବେ…

ଭୁବନେଶ୍ୱର,୨୫।୧୦: ରାଜ୍ୟ ସରକାରଙ୍କ ବଡ ଘୋଷଣା । ମିଳିବ ପକ୍କା ଘର । ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ନୂଆ ପକ୍କା ଘର । ଏ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri