ଯୋଗୀ ଆଦିତ୍ୟନାଥଙ୍କ ପାଦ ଛୁଇଁବାର କାରଣ କହିଲେ ରଜନୀକାନ୍ତ

ମୁମ୍ବାଇ,,୨୨।୮: ଏବେ ମୁଭି ‘ଜେଲର’କୁ ନେଇ ପ୍ରଶଂସା ସାଉଁଟୁଥିବା ସାଉଥ ସୁପରଷ୍ଟାର ରଜନୀକାନ୍ତ ଟ୍ରୋଲର ବି ଶିକାର ହୋଇଛନ୍ତି। ଘଟଣା ହେଉଛି ନିକଟରେ ରଜନୀକାନ୍ତ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଥିଲେ। ଏହି ସମୟରେ ରଜନୀକାନ୍ତ ଯୋଗୀ ଆଦିତ୍ୟନାଥଙ୍କ ପାଦ ଛୁଇଁ ପ୍ରଣାମ କରିଥିଲେ। ସୋସିଆଲ ମିଡିଆରେ ଏହି ଫଟୋ ସାମ୍ନାକୁ ଆସିବା ମାତ୍ରେ ରଜନୀକାନ୍ତ ଟ୍ରୋଲର ଶିକାର ହୋଇଛନ୍ତି। ବାସ୍ତବରେ ରଜନୀକାନ୍ତଙ୍କ ବୟସ ଯୋଗୀ ଆଦିତ୍ୟନାଥଙ୍କ ତୁଳନାରେ ବହୁତ ଅଧିକ। ଏଭଳି ପରିସ୍ଥିତିରେ ଯୋଗୀ ଆଦିତ୍ୟନାଥଙ୍କ ପାଦ ଛୁଇଁବାକୁ ତାଙ୍କ ପ୍ରଶଂସକମାନେ ପସନ୍ଦ କରୁ ନ ଥିଲେ। ଗତ ସପ୍ତାହରୁ କ୍ରମାଗତ ଟ୍ରୋଲର ସମ୍ମୁଖୀନ ହେଉଥିବା ରଜନୀକାନ୍ତ ଏହା ଉପରେ ନୀରବତା ଭାଙ୍ଗି ଯୋଗୀ ଆଦିତ୍ୟନାଥଙ୍କ ପାଦ ଛୁଇଁବାର କାରଣ ପ୍ରକାଶ କରିଛନ୍ତି।
ଅଭିନେତା ଗତ କିଛି ଦିନ ଧରି ନିରନ୍ତର ଯାତ୍ରା କରୁଛନ୍ତି। ତାଙ୍କ ଫିଲ୍ମ ‘ଜେଲର’ ବକ୍ସ ଅଫିସରେ ଧମାଲ କରୁଛି। ଏହି ସମୟରେ, ରଜନୀକାନ୍ତଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ପାଦ ଛୁଇଁବା ପାଇଁ ଟ୍ରୋଲ କରାଯାଉଛି। ଇତିମଧ୍ୟରେ ଚେନ୍ନାଇ ବିମାନବନ୍ଦରରେ ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କୁ ସ୍ପଟ କରାଯାଇଥିଲା। ସେଠାରେ ତାଙ୍କୁ ଯୋଗୀଙ୍କ ପାଦ ଛୁଇଁବାର କାରଣ ବିଷୟରେ ମଧ୍ୟ ପଚରାଯାଇଥିଲା। ଯେଉଁଥିରେ ଅଭିନେତା ଏଏନଆଇକୁ କହିଥିଲେ, ଯୋଗୀ କିମ୍ବା ସନ୍ୟାସୀଙ୍କ ପାଦ ଛୁଇଁବା ଏବଂ ସେମାନଙ୍କ ଆଶୀର୍ବାଦ ପାଇବା ମୋର ଅଭ୍ୟାସ। ସେମାନେ ମୋ ଠାରୁ ସାନ ହୋଇଥିଲେ ମଧ୍ୟ ମୁଁ ତାହା କରିଥାଏ।
ପିଟିଆଇର ସୂଚନା ଅନୁଯାୟୀ, ସାଉଥ ସୁପରଷ୍ଟାର ତାଙ୍କ ମୁଭି ‘ଜେଲର’ର ସଫଳତା ପାଇଁ ଦର୍ଶକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥି ସହିତ, ଯେତେବେଳେ ତାଙ୍କୁ ୨୦୨୪ ଲୋକ ସଭା ନିର୍ବାଚନ ବିଷୟରେ ଏକ ପ୍ରଶ୍ନ ପଚରାଯାଇଥିଲା, ସେତେବେଳେ ସେ କହିଥିଲେ ଯେ ସେ ରାଜନୀତି ବିଷୟରେ କିଛି କହିବାକୁ ଚାହାଁନ୍ତି ନାହିଁ।
ସୂଚନାଯୋଗ୍ୟ, ରଜନୀକାନ୍ତ ତାଙ୍କ ୟୁପି ଯାତ୍ରା ସମୟରେ ଜେଲରର ଏକ ସ୍ବତନ୍ତ୍ର ସ୍କ୍ରିନିଂର ବ୍ୟବସ୍ଥା ମଧ୍ୟ କରିଥିଲେ। ଯେଉଁଥିରେ ୟୁପି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ମଧ୍ୟ ଅଂଶଗ୍ରହଣ କରିଥିଲେ। ଏଥି ସହିତ, ତାଙ୍କର ୟୁପି ଗସ୍ତ ସମୟରେ ସେ ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କୁ ମଧ୍ୟ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା...

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

ନାଗା ସାଧୁ କିଏ? ଜାଣନ୍ତୁ ଏମାନଙ୍କର ଜୀବନ ସହ ଜଡ଼ିତ ରହସ୍ୟମୟ କଥା…

ନୂଆଦିଲ୍ଲୀ,୨୪।୧୨: ଗଙ୍ଗା କୂଳରେ, ସୂର୍ଯ୍ୟଙ୍କ ପ୍ରଥମ କିରଣରେ ଜିଇଁ ଉଠୁଥିବା ଶୀତୁଆ ସକାଳରେ ଏକ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରେ। ପାଉଁଶ ବୋଳା ଉଲଗ୍ନ...

କୋଲକାତାର ରାସ୍ତାରୁ ଗାଏବ ହେଉଛି ‘ହଳଦିଆ ଟ୍ୟାକ୍ସି’, ଶୀଘ୍ର ପାଲଟିବ ଇତିହାସ…! 

କୋଲକାତା,୨୪।୧୨: ସ୍ବପ୍ନର ସହର କୋଲକାତା। ଭିକ୍ଟୋରିଆ ମେମୋରିଆଲ, ହାଓ୍ବଡା ବ୍ରିଜ, ରସଗୋଲା, ଟ୍ରାମ ଏବଂ ହଳଦିଆ ଟାକ୍ସି ଆଦି ଏହାର ପରିଚୟ ବୋଲି କୁହାଯାଏ। ଏସବୁ...

କୋର୍ଟରୁମ୍‌ରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୪ା୧୨:ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ।...

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା...

ପାକିସ୍ତାନର ସ୍ବପ୍ନ ଚୂରମାର କରିଦେଲା ଭାରତ

ନୂଆଦିଲ୍ଲୀ,୨୪।୧୨: ବ୍ରିକ୍ସରେ ସଦସ୍ୟତା ପାଇବାକୁ ଆଶା ରଖିଥିବା ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର ଦୃଢ ବିରୋଧ ଯୋଗୁ ପାକିସ୍ତାନ କେବଳ ବ୍ରିକ୍ସର ସଦସ୍ୟତାରୁ...

ସମନ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ,୨୪।୧୨: ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri