ଯାଜପୁର ଜିଲା ବିଜେଡି ସଭାପତିଙ୍କୁ ଅଟକ: ବିଧାୟକଙ୍କ ନାଁରେ…

ଯାଜପୁର,୭।୮:ଯାଜପୁର ଜିଲା ବିଜେଡି ସଭାପତି  ଧର୍ମଶଳା ଥାନାରେ ଅଟକ ଅଛନ୍ତି। ସୋସିଆଲ ମିଡିଆରେ ଆପତ୍ତିଜନକ ପୋଷ୍ଟ ନେଇ ଅଟକଥିବା ସୂଚନା ମିଳିଛି। ଧର୍ମଶଳା ବିଧାୟକ ହିଂମାଶୁ ଶେଖର ସାହୁଙ୍କ ନାଁରେ ଆପତ୍ତିଜନକ ପୋଷ୍ଟ ନେଇ ତାଙ୍କୁ ଅଟକ ରଖାଯାଇଛି।

ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଥିଲେ। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ ବିଜୟ ହାସଲ କରିଛନ୍ତି। ହିମାଂଶୁ ୭୯,୭୫୯ ଭୋଟ ପାଇଥିବାବେଳେ ବିଜେଡି ପ୍ରାର୍ଥୀ ପ୍ରଣବ ବଳବନ୍ତରାୟ ୭୫,୬୦୯ ଖଣ୍ଟ ଭୋଟ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ବିଜୟ ବ୍ୟବଧାନ ୪,୧୫୦ ରହିଛି।

ଭାଜପା ପ୍ରାର୍ଥୀ ସ୍ମୃତିରେଖା ପହି ୧୫,୯୨୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ଏହି ବିଜୟ ହାସଲ ପରେ ଜାରକା ଅଞ୍ଚଳରେ ଏକ ପ୍ରକାର ଦୀପାବଳି ଉତ୍ସବ ପାଳନ ଭଳି ଦୃଶ୍ୟ ଦେଖିବାକୁ ମିଳିଛି। ବାଣଫୁଟାଇ, ବାଜା ବଜାଇ ହିମାଂଶୁଙ୍କ ସମର୍ଥକ ଆନନ୍ଦିତ ହୋଇଛନ୍ତି। ହିମାଂଶୁ ଭାଜପା ଟିକେଟରୁ ବଞ୍ଚିତ ହେବାପରେ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ।

୧୯୯୫ରୁ ସ୍ବର୍ଗତ କଳ୍ପତରୁ ଦାସ ଓ ପରେ ତାଙ୍କ ପୁଅ ପ୍ରଣବ ଏଠାରେ ନିବାଚିତ ହେଉଥିଲେ। ୧୯୮୦ରେ ସ୍ବାଧୀନ ପ୍ରାର୍ଥୀ ଭାବେ ସ୍ବର୍ଗତ କାଙ୍ଗାଳି ଚରଣ ପଣ୍ଡା ଏହି ଆସନରୁ ବିଜୟୀ ହୋଇଥିଲେ। ବିଜୟ ପରେ ହିମାଂଶୁ ସନ୍ଧ୍ୟାରେ ଜାରକାଠାରେ ପହଁଚିବା ପରେ ଅପେକ୍ଷାରତ ସମର୍ଥକମାନେ ତାଙ୍କୁ ସ୍ବାଗତସମ୍ବର୍ଦ୍ଧନା ଜଣାଇଥିଲେ। ପରେ ସେ ତାଙ୍କ ବାସଭବନରେ ପହଞ୍ଚି ମା’ଙ୍କ ଆଶୀର୍ବାଦ ନେବା ସହ ନିଜର ସମର୍ଥକମାନଙ୍କୁ କୃତଜ୍ଞତା ଜଣାଇଥିଲେ।

Share