ଯାଜପୁରରେ ପୋଲିସକୁ ଧକ୍କା ଦେଇ କଏଦୀଙ୍କୁ ଛଡ଼ାଇନେଲେ ସହଯୋଗୀ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୧୯ା୨: ପୋଲିସକୁ ଧକ୍କା ଦେଇ ଜଣେ ବିଚାରାଧୀନ କଏଦୀଙ୍କୁ ଛଡ଼ାଇ ନେଇଛନ୍ତି ତାଙ୍କର ୨ଜଣ ସହଯୋଗୀ। ଉକ୍ତ କଏଦୀ ଜଣକ ହେଲେ ଯାଜପୁର ରୋଡ୍‌ ଉପ କାରାଗାରର ରାଣାପ୍ରତାପ ସିଂ(୫୫)। ତାଙ୍କ ଘର ଜହ୍ନା ଗ୍ରାମରେ। ବାଇକ୍‌ରେ ଆସିଥିବା ରାଣାଙ୍କ ୨ ସହଯୋଗୀଙ୍କ ମଧ୍ୟରୁ ଜଣଙ୍କୁ କାବୁ କରିବାରେ ପୋଲିସ ସକ୍ଷମ ହୋଇଛି। ଏହି ଘଟଣା ଶନିବାର ଅପରାହ୍ନ ୨ଟାରେ ପାଣିକୋଇଲି ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଏକ ହୋଟେଲ ସମ୍ମୁଖରେ ଘଟିଥିଲେ ହେଁ ପୋଲିସ ଚାପି ଦେବାକୁ ଉଦ୍ୟମ କରିଛି। ରବିବାର ଘଟଣା ଜଣାପଡ଼ିବା ପରେ ପୋଲିସ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

ମିଳିଥିବା ସୂଚନା ଅନୁସାରେ, ଜଣେ ଯୁବତୀଙ୍କୁ ବଳାତ୍କାର କରିବା ସହ ନଗ୍ନ ଫଟୋ ଭାଇରାଲ କରିବା ଅଭିଯୋଗରେ ରାଣାପ୍ରତାପଙ୍କୁ ପାଣିକୋଇଲି ଥାନା ପୋଲିସ ଗତ ୬ ତାରିଖରେ ଗିରଫ କରିଥିଲା। କୋର୍ଟଚାଲାଣ ପରେ ଜାମିନ ନାମଞ୍ଜୁର ହେବାରୁ ରାଣାପ୍ରତାପ ଯାଜପୁର ରୋଡ୍‌ ଉପ କାରାଗାରରେ ବିଚାରାଧୀନ କଏଦୀ ଭାବେ ରହିଥିଲେ। ଶନିବାର ପୂର୍ବାହ୍ନରେ ରାଣାପ୍ରତାପ ଅସୁସ୍ଥ ଥିବା ଜେଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଜେଲ୍‌ର ଫାର୍ମାସିଷ୍ଟ ମନୋରଞ୍ଜନ ପ୍ରଧାନ ଏବଂ ଜିଲା ପୋଲିସ ହେଡ୍‌କ୍ବାଟର୍ସର ୨ ଜଣ କନଷ୍ଟେବଳ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ପାଇଁ ତାଙ୍କୁୁ ଯାଜପୁର ରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଫେରିବା ସମୟରେ ମେଡିସିନ କିଣିବାବେଳେ ସେ ଫେରାର ହୋଇଯାଇଥିଲେ ବୋଲି ଜେଲ କର୍ତ୍ତୃପକ୍ଷ କୋରେଇ ଥାନାରେ କରିଥିବା ଅଭିଯୋଗରେ ଦର୍ଶାଇଛନ୍ତି।

ହେଲେ ଅନ୍ୟ ସୂତ୍ରରୁ ଜଣାପଡ଼ିଛି ଯେ, ଡାକ୍ତରଖାନାରୁ ଅଭିଯୁକ୍ତ ରାଣାପ୍ରତାପଙ୍କୁ ଧରି ୨୦ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏକ ହୋଟେଲକୁ ନିଆଯାଇଥିଲା। ସେଠାରେ ସେମାନେ ମଧ୍ୟାହ୍ନ ଭୋଜନ କରିଥିଲେ। ସେଠାରେ ଏକ ବାଇକ୍‌ରେ ଦୁଇ ଜଣ ଯୁବକ ଆସି ରାଣାପ୍ରତାପଙ୍କୁ ଉଠାଇ ନେବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ପୋଲିସ ସହିତ ସେମାନଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ସେତେବେଳେ ଜଣେ ଯୁବକ ରାଣାପ୍ରତାପଙ୍କୁ ଧରି ବାଇକ୍‌ରେ ଫେରାର ହେବାକୁ ସକ୍ଷମ ହୋଇଥିଲେ। ଅନ୍ୟ ଜଣେ ପୋଲିସ ହାବୁଡରେ ପଡ଼ିଥିଲେ। ତାଙ୍କୁ କୋରେଇ ଥାନାରେ ଅଟକ ରଖାଯାଇ ପଚରାଉଚୁରା କରାଯାଉଛି। ତେବେ ତଦନ୍ତରେ ବିଘ୍ନ ହେବା ଆଶଙ୍କାରେ ଅଟକ ଯୁବକଙ୍କ ନାମ ଗୋପନୀୟ ରଖାଯାଇଛି। ଜେଲ କର୍ତ୍ତୃପକ୍ଷଙ୍କ ଅଭିଯୋଗ ଆଧାରରେ କୋରାଇ ଥାନାରେ ୯୨/୨୦୨୪ ନମ୍ବରରେ ଏକ ମାମଲା ରୁଜୁ ହୋଇଛି। ଏ ସଂକ୍ରାନ୍ତରେ ଯାଜପୁର ରୋଡ୍‌ ଏସ୍‌ଡିପିଓ ସଞ୍ଜୟ କୁମାର ପଟ୍ଟନାୟକଙ୍କୁ ପଚାରିବାରେ ସେ କହିଛନ୍ତି, ରାଣାପ୍ରତାପ ଏବଂ ତାଙ୍କ ସହଯୋଗୀଙ୍କୁ ଧରିବାକୁ ବିଭିନ୍ନ ଜାଗାରେ ଚଢ଼ାଉ ଜାରି ରହିଛି। ତୁରନ୍ତ ସେମାନଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

ମଣ୍ଡି ବୁଲି ସ୍ଥିତି ଦେଖିଲେ ଜିଲାପାଳ

ଅତାବିରା,୨୬ା୧୦(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ଧାନ ଅମଳ ଆରମ୍ଭ ହୋଇଛି। ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ ବୈଠକ ପରେ ଜିଲାରେ ମଣ୍ଡିଗୁଡ଼ିକରେ ଧାନ ସଂଗ୍ରହ କରାଯିବ।...

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ...

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବଲାଙ୍ଗୀର ଡବଲ ମର୍ଡର ଘଟଣା: ମିଳିଲା ଯୁବତୀ-ଯୁବକଙ୍କ ପରିଚୟ

ବଲାଙ୍ଗୀର,୨୬ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତଣ୍ଡାମୁଣ୍ଡା ଜଙ୍ଗଲର ଡବଲ ମର୍ଡର ଘଟଣାରେ ଶନିବାର ମୃତ ଯୁବତୀ ଯୁବକଙ୍କ ପରିଚୟ ମିଳିଛି। ଉଭୟ ଝାଡ଼ଖଣ୍ଡ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri