Posted inଜାତୀୟ

ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ

ଶ୍ରୀନଗର,୧୬।୧୦: ଜମ୍ମୁ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ସରକାର ବୁଧବାର ଶପଥ ଗ୍ରହଣ କରିଛନ୍ତି। ଓମାର ଅବଦୁଲ୍ଲା କଶ୍ମୀରର ଇଣ୍ଟର ନ୍ୟାଶନାଲ କନଭେନଶନ ସେଣ୍ଟରରେ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଜମ୍ମୁ କଶ୍ମୀର ରାଜ୍ୟପାଳ ମନୋଜ ସିହ୍ନା ଓମାର ଅବଦୁଲ୍ଲା ଏବଂ ଅନ୍ୟ ମନ୍ତ୍ରୀମାନଙ୍କୁ ଶପଥ ପାଠ କରାଇଥିଲେ। ସୂଚନାଯୋଗ୍ୟ, ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଅକ୍ଟୋବର ୮ରେ ଫଳାଫଳ ଘୋଷଣା ହୋଇଥିବାବେଳେ ଜମ୍ମୁ କଶ୍ମୀରରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହୋଇଥିଲା। ଶପଥ ନେବା ପୂର୍ବରୁ ଓମାର ଅବଦୁଲ୍ଲା ତାଙ୍କ ଜେଜେବାପା ସ୍ବର୍ଗତ ଶେଖ ମହମ୍ମଦ ଅବଦୁଲ୍ଲାଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଓମାର ଅବଦୁଲ୍ଲାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ବହୁ ବରିଷ୍ଠ ନେତାଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। ଏନସି-କଂଗ୍ରେସ ସରକାରଙ୍କ ନାମରେ ଇଣ୍ଡିଆ ମେଣ୍ଟର ଶକ୍ତି ପ୍ରଦର୍ଶନ ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ଏହି ଶପଥ ଗ୍ରହଣ ସମାରୋହ ପାଇଁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜରିୱାଲ, ଶିବସେନା (ୟୁବିଟି) ସଭାପତି ତଥା ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ସିପିଆଇ(ଏମ)ନେତା ପ୍ରକାଶ କରାଟ ଏବଂ ସିପିଆଇ ନେତା ଡି ରାଜାଙ୍କ ସମେତ ପ୍ରାୟ ୫୦ଜଣ ନେତାଙ୍କୁ ନିମନ୍ତ୍ରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଭଳି ଜମ୍ମୁ କଶ୍ମୀରରେ ଉପୁଜିବ କି ମତଭେଦ? ସରକାରଙ୍କ ସହ ତାଳମେଳକୁ ନେଇ ଏମିତି କହିଲେ ଏଲ୍‌ଜି ମନୋଜ ସିହ୍ନା

ଶ୍ରୀନଗର,୧୬।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏମିତିରେ ରାଜ୍ୟରେ କ’ଣ ଦିଲ୍ଲୀ ଭଳି...

କିଏ ସେ ସୁରିନ୍ଦର ଚୌଧୁରୀ? ଯାହାକୁ ଉପମୁଖ୍ୟମନ୍ତ୍ରୀ କଲା ଉମର ସରକାର.. ଭାଜପାର ତୁଙ୍ଗ ନେତାଙ୍କୁ କରିଥିଲେ ପରାଜିତ

ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀରରେ ନୂଆ ସରକାର ଗଠନ ହୋଇଛି। ବୁଧବାର ନ୍ୟାଶନାଲ କନ୍‌ଫରେନ୍ସର ନେତା ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେହିଭଳି ନୌସେରାରୁ ବିଧାୟକ...

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର, ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୬।୧୦: ଆଜି କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି...

ହୋଇଗଲା ନିଷ୍ପତ୍ତି: ନାୟବ ସିଂ ସାଇନି ହେବେ ହରିୟାଣାର ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୬।୧୦: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ନାୟବ ସିଂ ସାଇନି...

ହେଜବୋଲ୍ଲାର ପେଜରଠାରୁ ଅଧିକ ଶକ୍ତିଶାଳୀ ଇଭିଏମ୍‌, କଂଗ୍ରେସର ଦାବିକୁ ନେଇ ଏମିତି କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୧୬।୧୦: ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ କଂଗ୍ରେସ ନେତା ରସିଦ ଅଲଭି ମଙ୍ଗଳବାର ବାଲାଟ ପେପର ମାଧ୍ୟମରେ ଭୋଟ ଦେବାକୁ...

ବାବା ସିଦ୍ଦିକୀ ହତ୍ୟାକାଣ୍ଡ: ୟୁଟ୍ୟୁବ ଦେଖି ଗୁଳି ଚଳାଇବା ଶିଖିଥିଲେ ଅଭିଯୁକ୍ତ

ମୁମ୍ବାଇ,୧୬।୧୦: ଶନିବାର ବିଳମ୍ବିତ ରାତିରେ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଭେଟେରାନ ଏନସିପି ନେତା ଅଜିତ ପାୱାର ଗ୍ରୁପର ବାବା ସିଦ୍ଦିକୀଙ୍କୁ ଗୁଳି କରି ହତ୍ୟା...

ଯେବେ ମେଜର ଜେନରାଲଙ୍କ ଝିଅଙ୍କୁ ଭଲପାଇ ବସିଥିଲେ ଓମାର ଅବଦୁଲ୍ଲା, କୋର୍ଟରେ ପହଞ୍ଚିଥିଲା ମାମଲା…

ନୂଆଦିଲ୍ଲୀ,୧୬।୧୦: ନ୍ୟାଶନାଲ କନଫରେନ୍ସର ନେତା ଓମାର ଅବଦୁଲ୍ଲା ଆଜି ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ୫୪ ବର୍ଷୀୟ ଅବଦୁଲ୍ଲା ଦ୍ୱିତୀୟ ଥର...

‘ପ୍ରତିଟି ଭାରତୀୟ ଆପଣଙ୍କ ନିକଟରେ ଋଣି ରହିବେ’, ଭାଇରାଲ ହେଉଛି ରତନ ଟାଟାଙ୍କ ଏମିତି ଏକ ଚିଠି

ନୂଆଦିଲ୍ଲୀ,୧୬।୧୦: ଦେଶର ବିଜନେସ ଟାଇକୁନ ରତନ ଟାଟାଙ୍କର ବୁଧବାର ରାତିରେ (୯ ଅକ୍ଟୋବର ୨୦୨୪)ରେ ୮୬ ବର୍ଷ ବୟସରେ ମୁମ୍ବାଇର ଏକ ଡାକ୍ତରଖାନାରେ ପରଲୋକ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri